ଭିଜିଲାନ୍ସ ଜାଲରେ ଭିଜିଲାନ୍ସ ଓକିଲ

ଭବାନୀପାଟଣା: ୧ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭବାନୀପାଟଣା ଭିଜିଲାନ୍ସ ପବ୍ଲିକ୍ ପ୍ରସିକ୍ୟୁଟର (ପିପି) ଓକିଲ୍ ଆଶୁତୋଷ ମିଶ୍ରଙ୍କୁ ଭିଜିଲାନ୍ସ ଆଜି ଗିରଫ କରିଛି ।
ମହୁଲପାଟଣା ଫାଣ୍ଡିର ପୂର୍ବତନ ଏଏସଆଇ ମଳୟ ରଣାଙ୍କ ଭିଜିଲାନ୍ସ କେସ୍‌ର ରଫାଦଫା କରିବା ପାଇଁ ୧ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ କଟକ ଭିଜିଲାନ୍ସ ଟିମ୍ ହାତରେ ସେ ଧରାପଡ଼ିଛନ୍ତି ।
ମିଳିଥିବା ସୂଚନା ଅନୁଯାୟୀ, ଆଶୁତୋଷ ମିଶ୍ର ଶ୍ରୀ ରଣାଙ୍କ ଠାରୁ ୩ ଲକ୍ଷ ଟଙ୍କା ଦାବି କରିଥିଲେ । ତେବେ ଆଜି ସେ ତାଙ୍କ ଟିଭି ସେଣ୍ଟର ପଡ଼ା ବାସଗୃହରେ ଲକ୍ଷେ ଟଙ୍କା ନେଉଥିବା ବେଳେ କଟକ ଭିଜିଲାନ୍ସ ଟିମ୍ ଚଢ଼ାଉ କରିଥିଲା । ଭିଜିଲାନ୍ସ ଟିମ୍ ଟଙ୍କା ଜବତ କରିବା ସହିତ ପିପି ଆଶୁତୋଷ ମିଶ୍ରଙ୍କ ଭବାନୀପାଟଣା ଭିଜିଲାନ୍ସ ଅଫିସରେ ଅଟକ ରଖି ପଚରାଉଚରା କରୁଛି । ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି ।

Comments (0)
Add Comment