‘ମନ୍ କି ବାତ୍‌’ : ଓଡ଼ିଆ ପୁଅ ଇସାକ୍ ମୁଣ୍ଡାଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ମନ୍ କି ବାତ୍ କାର୍ଯ୍ୟକ୍ରମରେ ସମ୍ବଲପୁରର ଇସାକ ମୁଣ୍ଡାଙ୍କୁ ଭୁୟସିଂ ପ୍ରଶଂସା କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି ଦିନେ ଦିନ ମଜୁରିଆ ଥିବା ଇସାକ ମୁଣ୍ଡା ଆଜି ୟୁଟ୍ୟୁବ୍ ସେନସେସନ୍ ପାଲଟି ଯାଇଛନ୍ତି । ନିଜ ୟୁଟ୍ୟୁବ୍ ଚ୍ୟାନେଲ ମାଧ୍ୟମରେ ଅର୍ଥ ରୋଜଗାର କରୁଛନ୍ତି ।
ତାଙ୍କ ଭିଡିଓରେ ସ୍ଥାନୀୟ ଖାଦ୍ୟ, ପାରମ୍ପରିକ ଖାଦ୍ୟ ପ୍ରସ୍ତୁତ କରିବାର ପ୍ରଣାଳୀ, ନିଜ ଗାଁ, ନିଜ ଜୀବନଶୈଳୀ ଓ ପରିବାର ସଂପର୍କରେ କହିଥାନ୍ତି । ଟେକ୍ନୋଲୋଜିକୁ ବ୍ୟବହାର କରି ଇସାକ ମୁଣ୍ଡା ଆଜି ୟୁଟ୍ୟୁବ୍ ସେନସେସନ୍ ହୋଇଯାଇଥିବାରୁ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କୁ ପ୍ରଶଂସା କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି ଇସାକ ମୁଣ୍ଡା ସମସ୍ତଙ୍କ ପାଇଁ ପ୍ରେରଣା ।

Comments (0)
Add Comment