ରଜରେ ଭିଜୁଛି ଓଡ଼ିଶା; ଆଗାମୀ ୪ ଦିନ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୪ ।୦୬(ନି.ପ୍ର.): ସାରା ରାଜ୍ୟକୁ ମୌସୁମୀ ବାୟୁ ଛୁଇଁସାରିଛି । ଶନିବାର ମଧ୍ୟାହ୍ନ ସୁଦ୍ଧା ସମଗ୍ର ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ହେବା ସହ ବର୍ଷା ଆରମ୍ଭ ହୋଇଛି । ମୌସୁମୀ ବାୟୁର ପ୍ରଭାବ ଯୋଗୁ ୨୪ ଘଂଟାରେ ସ୍ଥାନେ ସ୍ଥାନେ ବର୍ଷା ହୋଇପାରେ । ଏହାବ୍ୟତୀତ ଆଗାମୀ ୪ ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ ବୋଲି ଜଣାପଡ଼ିଛି । କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ମୌସୁମୀ ପାଇଁ ଅନୁକୂଳ ପରିସ୍ଥିତି ସୃଷ୍ଟି ହୋଇଥିବାରୁ ରାଜ୍ୟରେ ବର୍ଷା ଲାଗିରହିବ ବୋଲି ଆଂଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Comments (0)
Add Comment