ନୂଆଦିଲ୍ଲୀ : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଗୁରୁବାର ତାଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି । ସେ ଏବେ ଘରେ କ୍ୱାରେଣ୍ଟାଇନରେ ଅଛନ୍ତି । ତାଙ୍କ ଠାରେ ଅଳ୍ପ ଲକ୍ଷଣ ରହିଛି । ଡାକ୍ତରଙ୍କ ଏକ ଟିମ୍ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରିଛନ୍ତି । ତାଙ୍କୁ ବିଶ୍ରାମ ନେବାକୁ ପରାମର୍ଶ ଦିଆଯାଇଛି । ତାଙ୍କ ଅଫିସ୍ ପକ୍ଷରୁ କୁହାଯାଇଛି ଯେ ସେ ଆଜି ନୂଆଦିଲ୍ଲୀରେ ଆୟୋଜିତ ଭାରତୀୟ ବାୟୁ ସେନାର କମାଣ୍ଡର ସମ୍ମିଳନୀରେ ଯୋଗ ଦେବାର କାର୍ଯ୍ୟକ୍ରମ ଥିଲା । କିନ୍ତୁ କରୋନା ପଜିଟିଭ ଥିବାରୁ ସେ ନିଜକୁ ଏଥିରୁ ଦୂରେଇ ରଖିଛନ୍ତି । ଏହା ପୂର୍ବରୁ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଓ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ ।