ରାଜ୍ୟରେ ସ୍ଥିର ଅବସ୍ଥାରେ ସଂକ୍ରମଣ ଓ ମୃତ୍ୟୁ

ଭୁବନେଶ୍ୱର: ମହାମାରୀ କରୋନା ପ୍ରଭାବରେ ରାଜ୍ୟରେ ଆଜି ପୁଣି ୧, ୮୩୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିଲା ବେଳେ ୬୭ଜଣଙ୍କର ମୃତ୍ୟୁ ଘଟିଛି । ଗତ କିଛି ଦିନ ଧରି ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨ହଜାରୁ ସାମାନ୍ୟ କମ୍ ରହିଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ୬୦ଉପରେ ରହିଛି । ରାଜ୍ୟରେ ବିଭିନ୍ନ ଅଞ୍ଚଳରେ ମହାମାରୀର ସଂକ୍ରମଣ ନିୟନ୍ତ୍ରଣ ଅବସ୍ଥାକୁ ଫେରୁଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରେ ଉଭୟ ସଂକ୍ରମଣ ଓ ମୃତକଙ୍କ ସଂଖ୍ୟା ଏବେ ବି ଉଦ୍‌ବେଗ ଜନକ ଅବସ୍ଥାରେ ରହିଛି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୯୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ଆକ୍ରାନ୍ତଙ୍କ ୧୦୬୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୭୭୧ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୭୭ ଜଣ, ବାଲେଶ୍ୱରରୁ ୧୨୯ ଜଣ, ବରଗଡ଼ରୁ ୧୦ ଜଣ, ଭଦ୍ରକରୁ ୮୯ ଜଣ, ବଲାଙ୍ଗୀରରୁ ୨ ଜଣ, କଟକରୁ ୨୪୩ ଜଣ, ଦେବଗଡ଼ରୁ ୬ ଜଣ, ଢେଙ୍କାନାଳରୁ ୧୩ ଜଣ, ଗଜପତିରୁ ୧୬ ଜଣ, ଗଞ୍ଜାମରୁ ୯ ଜଣ, ଜଗତସିଂହପୁରରୁ ୬୧ ଜଣ, ଯାଜପୁରରୁ ୧୧୦ ଜଣ, ଝାରସୁଗୁଡ଼ାରୁ ୮ ଜଣ, କଳାହାଣ୍ଡିରୁ ୬ ଜଣ, କନ୍ଧମାଳରୁ ୮ ଜଣ, କେନ୍ଦ୍ରାପଡ଼ାରୁ ୮୭ ଜଣ, କେଉଁଝରରୁ ୨୪ ଜଣ, କୋରାପୁଟରୁ ୯ ଜଣ, ମାଲକାନଗିରିରୁ ୧୯ ଜଣ, ମୟୁରଭଞ୍ଜରୁ ୫୯ ଜଣ, ନବରଙ୍ଗପୁରରୁ ୬ ଜଣ, ନୟାଗଡ଼ରୁ ୨୮ ଜଣ, ପୁରୀରୁ ୧୩୯ ଜଣ, ରାୟଗଡ଼ାରୁ ୧୧ ଜଣ, ସମ୍ୱଲପୁରରୁ ୨୩ ଜଣ, ସୋନପୁରରୁ ୧୦, ସୁନ୍ଦରଗଡ଼ରୁ ୪୭ ଓ ଷ୍ଟେଟ ପୁଲରୁ ୯୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
ରାଜ୍ୟରେ ଆଜି ୬୭ ଜଣକ ମୃତ୍ୟୁ ଘଟିବା ଫଳରେ ମୋଟ ମୃତ୍ୟୁ ସଂଖ୍ୟା ୫୫୧୧କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୨୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କେନ୍ଦୁଝରରୁ ୧୦, ଅନୁଗୁଳରୁ ୧୦, ସୁନ୍ଦରଗଡରୁ ୬, ପୁରୀରୁ ୫, ଗଞ୍ଜାମ ଓ ମୟୁରଭଞ୍ଜରୁ ୨ ଜଣ ଲେଖାଏଁ ଏବଂ ଦେଓଗଡ, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଯାଜପୁର, ଝାରସୁଗୁଡା, କନ୍ଧମାଳ, ମାଲକାନଗିରି ଓ ନୂଆପଡାରୁ ଜଣେ ଲେଖାଏଁ ଅଛନ୍ତି । ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯,୬୭, ୫୪୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ୯, ୪୩, ୦୬୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୧୮,୯୧୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।

Comments (0)
Add Comment