୫ ମୃତକଙ୍କ ପରିବାରକୁ ଭେଟି ସମବେଦନା ଜଣାଇଲେ ଶ୍ରମ ମନ୍ତ୍ରୀ

ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲା ପୋଲସରା ନିର୍ବାଚନ ମଣ୍ଡଳୀର ପୋଲସରା ଏନଏସିର ୩ ଜଣ, ପୋଲସରା ବ୍ଳକର ଜଣେ ଓ ବୁଗୁଡା ବ୍ଳକର ଜଣେ, ଏହିପରି ୫ ଜଣଙ୍କ ଆକସ୍ମିକ ମୃତ୍ୟୁ ଘଟିଥିବା ବେଳେ ମାନ୍ୟବର ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ୪ ପରିବାର ନିକଟକୁ ଯାଇ ସମବେଦନା ଜଣାଇବା ସହ ବ୍ୟକ୍ତିଗତ ଭାବେ ଆର୍ଥିକ ସହାୟତା ପ୍ରଦାନ କରିଥିଲେ । ପୋଲସରା ଏନଏସି ୮ ନମ୍ବର ୱାର୍ଡ ଦେଉଳ ପେଢି ସାହିର ସୁଦର୍ଶନ ପ୍ରଧାନ ସଡକ ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିଲେ । ସେହିପରି ୬ ନଂ ୱାର୍ଡ ମଠ ସାହିର ଗୋଟିଏ ପରିବାରର କବିରାଜ ପ୍ରଧାନ ଓ ତାଙ୍କ ପୁଅ ଦେବରାଜ ପ୍ରଧାନ ଆକସ୍ମିକ ମୃତ୍ୟୁ ବରଣ କରିଥିଲେ । ଉଭୟ ପରିବାରକୁ ଶ୍ରମ ମନ୍ତ୍ରୀ ଶ୍ରୀ ସାହୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଥିଲେ । ସେହିପରି ପୋଲସରା ବ୍ଲକ ଅନ୍ତର୍ଗତ ମଙ୍ଗଳପୁର ଗ୍ରାମର ସୁବାସିନୀ ସାହୁ ସୁରାଟରେ ଆକସ୍ମିକ ମୃତ୍ୟୁ ବରଣ କରିଥିଲେ । ଶ୍ରମ ମନ୍ତ୍ରୀ ଶ୍ରୀ ସାହୁ ମୃତକଙ୍କ ପରିବାର ନିକଟକୁ ଯାଇ ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଥିଲେ । ପୋଲସରା ନିର୍ବାଚନ ମଣ୍ଡଳୀର ବୁଗୁଡା ବ୍ଳକ ଅନ୍ତର୍ଗତ ବେଲପୁର ଗ୍ରାମର ବ୍ରଜବନ୍ଧୁ ବେହେରାଙ୍କ ଆକସ୍ମିକ ମୃତ୍ୟୁ ହୋଇଥିଲା । ଖବର ଶୁଣିବା ପରେ ଶ୍ରମ ମନ୍ତ୍ରୀ ଶ୍ରୀ ସାହୁ ମୃତକଙ୍କ ପରିବାର ନିକଟକୁ ଯାଇ ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଥିଲେ । ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ଏହି ମହତ କାର୍ଯ୍ୟକୁ ବୁଦ୍ଧିଜୀବୀ ବୃନ୍ଦ ଉଚ୍ଚ ପ୍ରଶଂସା କରିବା ସହ ତାଙ୍କର ରାଜନୈତିକ ଜୀବନର ଉତ୍ତରୋତ୍ତର ଉନ୍ନତି କାମନା କରିଥିଲେ ।

Comments (0)
Add Comment