ନୂଆଦିଲ୍ଲୀ:କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୩୨,୭୮୮ ନୂତନ ସଂକ୍ରମଣ ଓ ୩,୨୦୭ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୨,୮୩,୦୭,୮୩୨ ଓ ମୃତ୍ୟୁସଂଖ୍ୟା ୩,୩୫,୧୦୨ରେ ପହଞ୍ଚିଛି।
ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୨,୩୧,୪୫୬ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୬୧,୭୯,୦୮୫ରେ ପହଞ୍ଚିଛି।