ଭୁବନେଶ୍ୱର: ରାଜ୍ୟରେ କିଛି ଦିନ ହେବ କରୋନା ଆକ୍ରନ୍ତଙ୍କ ମୃ୍ତକଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । ସେହିଭଳି ଗତକାଲି ଦେଖିବାକୁ ଗଲେ ୬ଜଣଙ୍କ ମୃତୁ୍ୟ ହୋଇଥିବା ବେଳେ ୨୪ ଘଂଟା ମଧ୍ୟରେ ୭ଜଣ ଆକ୍ରାନ୍ତଙ୍କ ଚିକିତ୍ସାଧିନ ଅବସ୍ଥାରେ ମୃତୁ୍ୟ ଘଟିଛି । ତେବେ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୭୭୮ ଛୁଇଛି । ତେବେ ମୃତକଙ୍କ ମଧ୍ୟରୁ କଟକରୁ ୩, ପୁରୀ, ସୁନ୍ଦରଗଡ, ବାଲେଶ୍ୱର ଓ ଜଗତସିଂହପୁରରୁ ଜଣେ ଲେଖାଏଁ ଆକ୍ରନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।