ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୭୦କୁ ବୃଦ୍ଧି

ଭୁବନେଶ୍ୱର- ରାଜ୍ୟରେ ଦୁ୍ରତ ବେଗରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବା ସହ ମୃତ୍ୟୁ ସଂଖ୍ୟା ମଧ୍ୟ ସେହି ହାରରେ ବୃଦ୍ଧି ପାଉଛି । ଆଜି ପୁଣି କରୋନାରେ ୪ ଜଣ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରୁ ୪ ଗଞ୍ଜାମ ଜିଲ୍ଲାର, କଟକ ଓ ଭୁବନେଶ୍ୱରରୁ ୧ ଜଣେ ଲେଖାଏଁ ରହିଛନ୍ତି । କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେମାନଙ୍କର ମୃତ୍ୟୁ ହୋଇଛି । ଗଞ୍ଜାମରେ କରୋନା ମୃତ୍ୟୁ ସଂଖ୍ୟା ୪୩ରେ ପଂହଚି ଥିବା ବେଳେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୦କୁ ବୃଦ୍ଧି ପାଇଛି ।

Comments (0)
Add Comment