ନୂଆଦିଲ୍ଲୀ- ଉତର ପ୍ରଦେଶ ରାଜ୍ୟପାଳ ଆନନ୍ଦୀ ବେନ ପଟେଲ ମଧ୍ୟପ୍ରଦେଶର ଅତିରିକ୍ତ ରାଜ୍ୟପାଳ ଦାୟିତ୍ୱ ଗ୍ରହଣ କରିଛନ୍ତି । ରାଷ୍ଟ୍ରପତି ରାମନାଥ କୋବିନ୍ଦ ରବିବାର ବିଳମ୍ବିତ ରାତିରେ ଏହି ଦାୟିତ୍ୱ ଦେଇଛନ୍ତି । ମଧ୍ୟପ୍ରଦେଶ ରାଜ୍ୟପାଳ ଲାଲାଜି ଟଣ୍ଡୋନଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ରହିଛନ୍ତି । ଏବେ ତାଙ୍କ ସ୍ୱାସ୍ଥ୍ୟବସ୍ଥାରେ ସୁଧାର ଆସିଛି ବୋଲି ମଧ୍ୟପ୍ରଦେଶ ରାଜଭବନ ପକ୍ଷରୁ କୁହାଯାଇଥିଲେ ହେଁ ଟଣ୍ଡନ ଏବେ କାର୍ଯ୍ୟରେ ଯୋଗ ଦେଇପାରିବେ ନାହିଁ । ତେଣୁ ରାଷ୍ଟ୍ରପତି ଉତରପ୍ରଦେଶ ରାଜ୍ୟପାଳଙ୍କୁ ଅତିରିକ୍ତ ଦାୟିତ୍ୱ ଦେଇଛନ୍ତି ।