ଆସୁଛି ଆଉ ଏକ ଲଘୁଚାପ


ଭୁବନେଶ୍ୱର- ଉତରପୂର୍ବ ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଅଂଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୨ରୁ ୩ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ୫ ଜିଲ୍ଲା ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର ଓ ଢେଙ୍କାନାଳ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ପୁରୀ, ଖୋର୍ଦ୍ଧା, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, କୋରାପୁଟ ଓ ମାଲକାନଗିରି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଞ୍ଜ, ବାଲେଶ୍ୱର, କଟକ, କେନ୍ଦୁଝର, ଅନୁଗୁଳ, ଦେବଗଡ, ସମ୍ବଲପୁର, କଳାହାଣ୍ଡି, ସୋନପୁର ଏବଂ ବଲାଙ୍ଗିର ଜିଲ୍ଲାକୁ ଅରେଂଜ ୱାର୍ଣ୍ଣିଂ ଜାରି କରାଯାଇଛି । ବର୍ଷାର ପ୍ରଭାବରେ ପାହାଡିଆ ଅଂଚଳରେ ଭୂସ୍ମଳନ ହେବା ସହ ବନ୍ୟା ସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ । ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।

Comments (0)
Add Comment