ଭୁବନେଶ୍ୱର : କରୋନା ମହାମାରୀକୁ ଦୃଷ୍ଟିରେ ରଖି ଏଥର ସଂସଦୀୟ ଢ଼ାଞ୍ଚାରେ ବିଧାନସଭାର ମୌସୁମୀ ଅଧିବେଶନ ଚାଲିବ। ଏ ନେଇ ମଙ୍ଗଳବାର ବିଧାନସଭା ସଚିବଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସେପ୍ଟେମ୍ବର ୨୯ରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହି ଅଧିବେଶନ ଅକ୍ଟୋବର ୭ ପର୍ଯ୍ୟନ୍ତ ଚାଲିବ। ଏଥିରେ ୮ଟି କାର୍ଯ୍ୟ ଦିବସ ରହିବ। ଅଧିବେଶନ ପୂର୍ବରୁ ସମସ୍ତ ବିଧାୟକ, ମନ୍ତ୍ରୀ ଓ କର୍ମଚାରୀଙ୍କର କୋଭିଡ୍ ଟେଷ୍ଟ ହେବ । ଗୃହ ଭିତରେ ସାମାଜିକ ଦୂରତା ନିୟମ ପାଳନ କରାଯିବା ନେଇ ବ୍ୟବସ୍ଥା କରାଯାଉଛି । ସାମାଜିକ ଦୂରତା, ମାସ୍କ ପିନ୍ଧିବା ବାଧ୍ୟତାମୂଳକ । ଏନେଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୂଚନା ଦେଇଛନ୍ତି ।