ନୂଆଦିଲ୍ଲୀ: ଦୀପାବଳି ପୂର୍ବରୁ ସୁନା, ରୂପା ଦରରେ ବୃଦ୍ଧି ଦେଖିବାକୁ ମିଳିଛି। ଆଜି କାରବାର ଆରମ୍ଭରୁ Multi Commodity Exchange(MCX)ରେ ୦.୧୬% ବୃଦ୍ଧି ପାଇ ସୁନା ପ୍ରତି ୧୦ ଗ୍ରାମକୁ ୫୨,୨୫୨ ଟଙ୍କାରେ ପହଞ୍ଚିଥିଲା। ସେହିପରି ରୂପା ଦର ୦.୮% ହ୍ରାସ ପାଇ ପ୍ରତି କିଲୋଗ୍ରାମକୁ ୬୫,୮୮୦ ଟଙ୍କାରେ ଟ୍ରେଣ୍ଡ୍ କରୁଥିବା ଦେଖିବାକୁ ମିଳିଥିଲା। Good Returnsର ଏକ ରିପୋର୍ଟ ଅନୁସାରେ, ଆଜି ୨୪ କ୍ୟାରେଟ୍ ସୁନା ପ୍ରତି ୧୦ ଗ୍ରାମକୁ ୫୨,୨୩୦ଟଙ୍କା ଥିବାବେଳେ ରୂପା ଦର ପ୍ରତି କିଲୋକୁ ୬୫,୪୦୦ଟଙ୍କା ରହିଛି।