ଭୁବନେଶ୍ୱର: କରୋନାରେ ମୃତ ବ୍ୟକ୍ତିଙ୍କ ଅନ୍ତିମ ସତ୍କାରକୁ ନେଇ ରାଜ୍ୟ ସରକାର ଏକ ବଡ ଘୋଷଣା କରିଛନ୍ତି । ପୂର୍ବରୁ ମଧ୍ୟ ରାଜ୍ୟ ସରକାର କରୋନାରେ ମୃତ୍ୟୁ ବରଣ କରୁଥିବା କରୋନା ଯୋଦ୍ଧାଙ୍କ ପରିବାରକୁ ଆର୍ଥିକ ସହାୟତା ଯୋଗାଇଦେବାକୁ ଘୋଷଣା କରିଥିଲେ । କରୋନାରେ ମୃତ୍ୟୁବରଣ କରୁଥିବା ବ୍ୟକ୍ତିଙ୍କ ସବ ଦାହ କଲେ ରାଜ୍ୟ ସରକାର ଉକ୍ତ ବ୍ୟକ୍ତିକୁ ୭୫୦୦ ଟଙ୍କା ଦେବେ ବୋଲି ଘୋଷଣା କରିଛନ୍ତି । ରାଜ୍ୟରେ ବିଭିନ୍ନ ସ୍ଥାନରେ କରୋନାରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ମୃତଦେହକୁ ଘୃଣା ଚକ୍ଷୁରେ ଦେଖୁଥିବାରୁ ରାଜ୍ୟ ସରକାର ଏଭଳି ନିଷ୍ପତି ନେଇଥିବା ଜଣାପଡିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।