ନୂଆଦିଲ୍ଲୀ- ଦେଶରେ କରୋନା ସ୍ଥିତି ନିୟନ୍ତ୍ରଣାଧୀନ । ହୁ ହୁ ହୋଇ ବଢୁଛି ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଂଟାରେ ଦେଶରେ କରୋନା ଆକ୍ରାନ୍ତ ସଂଖ୍ୟା ୩୭,୭୨୪ରେ ପଂହଚିଛି । ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୯୨୯୧୫କୁୁ ବୃଦ୍ଧି ପାଇଛି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି । ବର୍ତମାନ ଦେଶରେ ୭୫୩୦୪୯ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳ ୨୮୭୩୨ ଜଣଙ୍କ ମୃତ୍ୟୁ ହୋଇଛି । ଏପର୍ଯ୍ୟନ୍ତ ୪୧୧୧୩୩ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି ।