ଭୁବନେଶ୍ୱର: କରୋନା ସଂକ୍ରମଣକୁ ହ୍ରାସ କରିବା ପାଇଁ ରାଜ୍ୟରେ ଅଧିକ ପୋଲିସ ମୁତୟନ କରିବା ସହ ୧୦ ଦିନ ପାଇଁ ସ୍ୱତନ୍ତ୍ର ଅଭିଯାନ ଚଳାଇବାକୁ ମୁଖ୍ୟମନ୍ତ୍ରୀ ପୋଲିସ୍ ମହାନିଦେ୍ର୍ଧଶକଙ୍କୁ ନିଦେ୍ର୍ଧଶ ଦେଇଛନ୍ତି । ସେହିପରି ଛତିଶଗଡ଼ ସୀମାନ୍ତରେ ଥିବା ରାଜ୍ୟର ପଶ୍ଚିମାଂଚଳ ଜିଲ୍ଲାମାନଙ୍କରେ କରୋନା ରୋଗ ସଂକ୍ରମଣ ବ୍ୟାପୁଥିବାରୁ ତା’ ଉପରେ ଅନୁଧ୍ୟାନ କରିବା ପାଇଁ ସମ୍ପୃକ୍ତ ଜିଲ୍ଲାମାନଙ୍କୁ ଗସ୍ତରେ ଯିବା ପାଇଁ ମୁଖ୍ୟ ଶାସନ ସଚିବ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓ ଅନ୍ୟାନ୍ୟ ବରିÂ ଅଧିକାରୀମାନଙ୍କୁ ନିଦେ୍ର୍ଧଶ ଦେଇଛନ୍ତି । ଏହାବ୍ୟତୀତ ଏହି ଜିଲ୍ଲାମାନଙ୍କରେ ଅଧିକ ଡାକ୍ତର, ପାରାମେଡ଼ିକାଲ ଷ୍ଟାପ୍, ସ୍ୱାସ୍ଥ୍ୟକର୍ମୀ ନିଯୁକ୍ତି ଦେବା ସହ ଅଧିକ ଆମ୍ବୁଲାନ୍ସ, ବେଡ୍, ଲ୍ୟାବ ଟେକ୍ନିସିଆନ୍ ଯୋଗାଇ ଦେବା ପାଇଁ ନିଦେ୍ର୍ଧଶରେ ମୁଖ୍ୟମନ୍ତ୍ରୀ କହିଛନ୍ତି । ଏସବୁ ସୁବିଧା ଯୋଗାଇଦେବା କ୍ଷେତ୍ରରେ ଯେଭଳି ଅଭିଯୋଗ ନଆସେ ସେଥିପ୍ରତି ଦୃଷ୍ଟି ଦେବାକୁ କୁହାଯାଇଛି ।
ରାଜ୍ୟରେ ଦେଖାଦେଇଥିବା କରୋନାରଦ୍ୱିତୀୟ ଲହରୀ ସ୍ଥିତି ସମ୍ପର୍କରେ ମଙ୍ଗଳବାରଦିନ ସମୀକ୍ଷା କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା ।ମୁଖ୍ୟମନ୍ତ୍ରୀ ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ଜିଲ୍ଲାପାଳମାନ ଓ ଭୁବନେଶ୍ୱର-କଟକର ମ୍ୟୁନିସପାଲ କମିଶନରଙ୍କ ସହିତ ସ୍ଥିତି ସମ୍ପର୍କରେ ଆଲୋଚନା କରିଥିଲେ । ଏହି ବୈଠକରେ ସଂକ୍ରମଣ ବ୍ୟାପୁଥିବା ପଶ୍ଚିମ ଓଡ଼ିଶା ପ୍ରତି ଅଧିକ ଗୁରୁତ୍ୱ ଦେବା ପାଇଁ ରାଜ୍ୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ନିଦେ୍ର୍ଧଶ ଦେଇ କହିଥିଲେ ଯେ ଛତିଶଗଡ ସୀମାନ୍ତବର୍ତୀ ଜିଲ୍ଲାଗୁଡିକ ଉପରେ ସତର୍କ ନଜର ରଖାଯିବ । ପଶ୍ଚିମ ଓଡିଶାର ଅଧିକ ପ୍ରଭାବିତ ଅଂଚଳକୁ ମୁଖ୍ୟ ଶାସନ ସଚିବ, ଓ ବରିÂ ଅଧିକାରୀମାନେ ଗସ୍ତ କରିବେ ଏବଂ ପରିସ୍ଥିତିର ଆକଳନ କରି ଜରୁରୀ ପଦକ୍ଷେପ ଗ୍ରହଣ କରିବେ । ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପଶ୍ଚିମ ଓଡିଶାର ପ୍ରଭାବିତ ଜିଲ୍ଲାମାନଙ୍କରେ ସ୍ଥିତି ଆକଳନ କରି ଦରକାର ଅନୁସାରେ ଡାକ୍ତର, ପାରାମେଡିକ୍ସ, ଲାବ୍ ଟେକ୍ନିସିଆନ ମାନଙ୍କୁ ନିୟୋଜିତ କରି ସେଠାରେ ମାନବ ସମ୍ବଳକୁ ମଜବୁତ କରାଯିବ ।ଆବଶ୍ୟକସ୍ଥଳେ ହସ୍ପିଟାଲ ଗୁଡିକରେ ପର୍ଯ୍ୟାପ୍ତ ପଦକ୍ଷେପ ଗ୍ରହଣ କରାଯିବ । ଅକ୍ସିଜେନ ସୁବିଧା ସହିତ ପର୍ଯ୍ୟାପ୍ତ ପରିମାଣର ଆମ୍ବୁଲାନ୍ସକୁ ମୁତୟନ କରାଯିବ । ଜରୁରୀ କଲ୍ ଗୁଡିକୁ ଗୁରୁତର ସହ ନେଇ ତତ୍ପରତାର ସହ ଯେପରି ପଦକ୍ଷେପ ନିଆଯିବ, ସେଥିପାଇଁ ତଦାରଖ ବ୍ୟବସ୍ଥାକୁ ସୁଦୃଢ କରାଯିବ । କୋଭିଡ ନିୟମାବଳୀର କଡାକଡି ଅନୁପାଳନ ନିମନ୍ତେ ରାଜ୍ୟ ପୋଲିସ ପକ୍ଷରୁ ବ୍ୟାପକ ମୁତୟନ କରାଯାଇ ୧୦ ଦିନ ପାଇଁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ କରାଯିବ । ହାତ ଧୋଇବା, ମାସ୍କ ପିନ୍ଧିବା ଓ ସାମାଜିକ ଦୂରତ୍ୱ ବିଷୟରେ ବ୍ୟାପକ ସଚେତନତା ପାଇଁ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯିବ । ସଚେତନତା ତଥା କୋବିଡ ନିୟମର ଅନୁପାଳନ ନିମନ୍ତେ ଜିଲ୍ଲାପାଳ ମାନେ ସମାଜର ସବୁ ବର୍ଗର ଜନସାଧାରଣ, ବିଶେଷତଃ ପଂଚାୟତ ପ୍ରତିନିଧି, ମିଶନ ଶକ୍ତି ଗ୍ରୁପ ଆଦିଙ୍କୁ ନେଇ ବ୍ୟାପକ କାର୍ଯ୍ୟକ୍ରମ ତୁରନ୍ତ ଆରମ୍ଭ କରିବେ ।ବ୍ୟକ୍ତିଗତ ତଥା ଆନୁଷ୍ଠାନିକ ସ୍ତରରେ (ଅଫିସ୍ , ଶିକ୍ଷାନୁଷ୍ଠାନ, ବ୍ୟାବସାୟିକ ପ୍ରତିଷ୍ଠାନ ) କୋଭିଡ ନିୟମ ପାଳନକୁ କଡାକଡି ପାଳନ ପାଇଁ ତଦାରଖ ବ୍ୟବସ୍ଥାକୁ ମଜବୁତ କରାଯିବ । ଯେହେତୁ ଏହା ଲୋକଙ୍କ ଜୀବନମରଣ ସହ ଜଡିତ, ତେଣୁ ପରିସ୍ଥିତିର ଗମ୍ଭୀରତାକୁ ଦୃଷ୍ଟିରେ ରଖି ଜନସାଧାରଣ ସତର୍କ ରହିବା ସହ କୋଭିଡ ନିୟମାବଳୀ ପାଳନ କରିବା ଏବଂ ସଂକ୍ରମଣ ନିୟନ୍ତ୍ରଣରେ ସରକାରଙ୍କ ସହ ସହଯୋଗ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଥିଲେ । ନବରଙ୍ଗପୁରର ଖ୍ରୀଷ୍ଟିଆନ ହସ୍ପିଟାଲରେ ଖୋଲା ଯାଇଥିବା କୋଭିଡ ହସ୍ପିଟାଲର ପ୍ରାପ୍ୟ ୪୫ ଲକ୍ଷ ୬୦ ହଜାର ଟଙ୍କା ଏପର୍ଯ୍ୟନ୍ତ ନାଲ୍କୋ ପକ୍ଷରୁ ପଇଠ କରାଯାଇ ନଥିବାରୁ, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତୁରନ୍ତ ମଞ୍ଜୁର କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ନିଦେ୍ର୍ଧଶ ଦେଇଥିଲେ ।