ଜିଲ୍ଲା ସ୍ତରୀୟ ଶିଶୁ କ୍ରୀଡା ମହୋତ୍ସବ ‘ଉତ୍ସାହ’ ଅନୁଷ୍ଠିତ

ଭବାନୀପାଟଣା : କଳାହାଣ୍ଡି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ପକ୍ଷରୁ ଭବାନୀପାଟଣା ସହର ସ୍ଥିତ ପୋଲିସ ରିଜର୍ଭ ପଡିଆ ଠାରେ ଜିଲ୍ଲାସ୍ତରୀୟ ଶିଶୁ କ୍ରୀଡା ମହୋତ୍ସବ ଉତ୍ସାହ ୨୦୨୩ ର ଅନୁଷ୍ଠିତ ହୋଇଯାଇଛି । ଉଦଘାଟନୀ ଉତ୍ସବରେ କଳାହାଣ୍ଡି ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଡଃ ସଞ୍ଜୟ କୁମାର ଶତପଥି , ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ମନୋଜ କୁମାର ବେହେରା , ଜିଲ୍ଲା କ୍ରୀଡା ଅଧିକାରୀ ରମେଶ ଚନ୍ଦ୍ର ପାଢୀ , ପୂର୍ବତନ ଶିଶୁ ମଙ୍ଗଳ ସମିତି ଅଧ୍ୟକ୍ଷ ଡା ଅଜୟ କୁମାର ମିଶ୍ର , ପୁର୍ବତନ ସଦସ୍ୟ ସତ୍ୟ ନାରାୟଣ ମହାପାତ୍ର ଏବଂ ବର୍ତ୍ତମାନର ଅଧ୍ୟକ୍ଷ ଶ୍ରୀଯୁକ୍ତ ରୂପେଶ କୁମାର ହୋତା , ସଦସ୍ୟ ଭାରତ କୁମାର ପଣ୍ଡା , ସଦସ୍ୟ ସଞ୍ଜୟ କୁମାର ଏବଂ ସଦସ୍ୟ ଅଶୋକ କୁମାର ଚୌଧୁରୀ , କିଶୋର ନ୍ୟାୟ ବୋର୍ଡର ସଦସ୍ୟା ଭବାନୀ ପଟ୍ଟନାୟକ ଏବଂ ସ୍ଵର୍ଣ୍ଣଲତା ମହାନ୍ତି ଏବଂ ଶିଶୁ ସୁରକ୍ଷା ୟୁନିଟ ର ସମସ୍ତ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ । ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶୈଳେନ୍ଦୁ ଶେଖର ମହାପାତ୍ର ସ୍ଵାଗତ ଭାଷଣ ପ୍ରଦାନ କରିଥିଲେ ।ଏହି ଉତ୍ସାହ କାର୍ଯ୍ୟକ୍ରମରେ ଜିଲ୍ଲାର ୧୩ ଗୋଟି ଶିଶୁ ଯତ୍ନ ଅନୁଷ୍ଠାନର ୧୮୦ ଜଣ ଅନ୍ତେବାସୀ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ । ଅନ୍ତେବାସୀଙ୍କ ମଧ୍ୟରେ ଏକ ଶହ ମିଟର ଦୌଡ ପ୍ରତିଯୋଗୀତା ଏବଂ ଦୁଇ ଶହ ମିଟର ଦୌଡ , ଲମ୍ବଡିଆ , ଉଚ୍ଚଡିଆଁ, ଚେସ , କେରମ ଓ ଫୁଟବଲ ପ୍ରତୋଯୋଗିତାରେ ଅଂଶଗ୍ରହଣ କରି କୃତି ପ୍ରତିଯୋଗୀ ମାନେ ପୁରସ୍କୃତ ହୋଇଥିଲେ। ଏକ ଶହ ମିଟର ଦୌଡରେ ବାଳକ ବିଭାଗର ଶୁଭମ ମାଝୀ ( ଏନ ଏସ ଏମ ) , ଦୁଇଶହ ମିଟର ଦଉଡାରେ ବାଳକ ବିଭାଗର ମାଣିକ ନାୟକ ( ବିଏସ ଏସ ) , ଉଚ୍ଚଡିଆଁ ରେ ମାଣିକ ନାୟକ ( ବିଏସ ଏସ) , ଲମ୍ବଡିଆଁ ରେ ସୁରେନ୍ଦ୍ର ସୁନାନୀ ( ଏନ ଏସ ଏସ ) , ଚେସ ରେ ସୁଶାନ୍ତ ରାଉତ ( ବି ଜି ଏନ ଏସ ) , କେରମ ରେ ମାଣ୍ଟୁ ମାଝୀ (ବିଏସ ଏସ ) ରେ ପ୍ରଥମ ସ୍ଥାନ ଅଧିକାର କରି ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବା ପାଇଁ ଯୋଗ୍ୟ ବିବେଚିତ ହୋଇପାରିଛନ୍ତି । ବାଳିକା ବିଭାଗରେ ଏକଶହ ମିଟର ଦୌଡ ରେ ରାଇମତି ମାଝୀ ( ଏନ ସ ଏସ) , ଦୁଇଶହ ମିଟର ଦୌଡରେ ରାଇମତି ମାଝୀ ( ଏନ ଏସ ଏସ) , ଉଚ୍ଚ ଡିଆଁ ରେ ପୂଜା ମାଝୀ ( ଏନ ଏସ ଏମ ) , ଲମ୍ବ ଡିଆଁ ରେ ବେଲମତି ମାଝୀ (ଏନ ଏସ ଏସ ) , କେରମ ରେ ଗୌରୀ ଜାଲ ( ଯୋଶଦା) , ଚେସରେ ଲୋପମୁଦ୍ରା ବିହାରୀ (ଇଏମ ଆଇ) ପ୍ରଥମ ସ୍ଥାନ ଅଧିକାର କରି ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି ଏବଂ ଫୁଟବଲ ପ୍ରତିଯୋଗିତାରେ ବାଳକ ବିଭାଗର ( ଏନ ଏସ ଏମ ) ଏବଂ ବାଳିକା ବିଭାଗରେ ( ଏନ ଏସ ଏସ ) ଜିଲ୍ଲାସ୍ତରୀୟ ପ୍ରତିଯୋଗୀତାରେ କୃତକାର୍ଯ୍ୟ ହୋଇ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବା ପାଇଁ ଯୋଗ୍ୟ ବିବେଚିତ ହୋଇ ପାରିଛନ୍ତି । ଉଦଯାପନୀ ସନ୍ଧ୍ୟାରେ ଜିଲ୍ଲା କ୍ରୀଡା ଅଧିକାରୀ ରମେଶ ଚନ୍ଦ୍ର ପାଢି, ଅତିରିକ୍ତ ସମାଜ କଲ୍ୟାଣ ଅଧିକାରୀ ଦୁଲାଳ ସେନାପତି , ଜିଲ୍ଲା ଶିଶୁ ମଙ୍ଗଳ ସମିତିର ବର୍ତମାନର ଅଧ୍ୟକ୍ଷ ରୁପେଶ ହୋତା , ପୂର୍ବତନ ଅଧ୍ୟକ୍ଷ ଡା: ଅଜୟ ମିଶ୍ର ଏବଂ ରାଜେଶ ନାୟକ ତଥା ସମସ୍ତ ସଦସ୍ୟ , କିଶୋର ନ୍ୟାୟ ବୋର୍ଡ ର ସଦସ୍ୟ , ବିଭିନ୍ନ ଖେଳକୁଦକୁ ପରିଚାଳନା କରୁଥିବା ପିଇଟି ଓ ବିଚାରକ ତଥା ଶିଶୁ ସୁରକ୍ଷା କାର୍ଯ୍ୟ।ଳୟର ସମସ୍ତ କର୍ମକର୍ତ୍ତା ମାନେ କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ । ଶେଷରେ ଉତ୍ସାହ ୨୦୨୩ ର ଧ୍ଵଜା ଅବତରଣ କରାଯାଇ କାର୍ଯ୍ୟକ୍ରମକୁ ସମାପ୍ତ ଘୋଷଣା କରଯାଇଥିଲା ।

Comments (0)
Add Comment