ତ୍ରୁଟିଶୂନ୍ୟ ଯୋଜନା ପ୍ରସ୍ତୁତ ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦେଶ

ଭୁବନେଶ୍ୱର: କୋଭିଡ ରୋଗର ଚିକିତ୍ସାରେ ଅକ୍ସିଜେନର ଗୁରୁତ୍ୱ ସବୁଠାରୁ ଅଧିକ । ତେଣୁ ଅକ୍ସିଜେନ ଯୋଗାଣ ଯେପରି ସୁବ୍ୟବସ୍ଥିତ ଭାବରେ ଜାରି ରହିବ, ତାହାର ତଦାରଖ କରିବା ସହିତ ଠିକ୍ ସମୟରେ ପର୍ଯ୍ୟାପ୍ତ ପରିମାଣର ଅକ୍ସିଜେନ ଯେପରି ରୋଗୀ ପାଖରେ ପହଂଚି ପାରିବ, ସେଥିପ୍ରତି ଯନôବାନ ହେବା ପାଇଁ ମୁଖ୍ୟମନ୍ତ୍ରୀ ନିଦେ୍ର୍ଧଶ ଦେଇଛନ୍ତି । ଏହାସହିତ ଜରୁରୀ ଔଷଧ ମହଜୁଦ ରଖିବା ଏବଂ ତାହାର ଯୋଗାଣ ବ୍ୟବସ୍ଥାକୁ ତ୍ରୁଟିଶୂନ୍ୟ କରିବା ପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି । ଖୁବଶୀଘ୍ର ଶଯ୍ୟା ଉପଲବ୍ଧତାକୁ ସୁବ୍ୟବସ୍ଥିତ କରିବା ପାଇଁ ଏକ ଅନଲାଇନ୍ ରିୟଲ ଟାଇମ୍ ବେଡ୍ ମ୍ୟାନେଜମେଂଟ ସିଷ୍ଟମ୍ କାର୍ଯ୍ୟକାରୀ କରାଯିବ ବୋଲି ସେ କହିଥିଲେ ।
ମଙ୍ଗଳବାର ଦିନ ରାଜ୍ୟରେ କୋଭିଡ୍ ସ୍ଥିତିର ସମୀକ୍ଷା କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ନିଦେ୍ର୍ଧଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଗୋଟିଏ ସଂକ୍ରମଣ କମିଲେ ଗୋଟିଏ ଆଇିୟୁ ଓ ବେଡ୍ ଉପରୁ ଚାପ କମିଥାଏ । ସ୍ୱାସ୍ଥ୍ୟ ବ୍ୟବସ୍ଥା ଉପରେ ଯେପରି ଚାପ କମ୍ ରହିବ, ସେଥିପାଇଁ ଆମକୁ ଦାୟିତ୍ୱପୂର୍ଣ୍ଣ ଭାବରେ କାମ କରିବାକୁ ହେବ । ସାରା ଦେଶ ବର୍ତମାନ ଏକ ଗୁରୁତର ସଂକଟ ମଧ୍ୟ ଦେଇ ଗତି କରୁଛି । ବଡ ବଡ ସହର ଓ ମେଟ୍ରୋ ମାନଙ୍କରେ ସ୍ୱାସ୍ଥ୍ୟ ସେବା ସଂପୂର୍ଣ୍ଣ ଚାପଗ୍ରସ୍ତ । ଏହାକୁ ଦୃଷ୍ଟିରେ ରଖି ପରିସ୍ଥିତିର ମୁକାବିଲା ପାଇଁ ଆମକୁ ସତର୍କ ରହିବାକୁ ହେବ । ସଂକ୍ରମଣ ସଂଖ୍ୟା ବୃଦ୍ଧି ସତ୍ୱେ ଆମେ ନିରନ୍ତର ଭାବେ ସେବା କରିଚାଲିଛୁ । କିନ୍ତୁ କେତେକ ଜିଲ୍ଲାରେ ସଂକ୍ରମଣର ସ୍ଥିତି ଆମ ପାଇଁ ଉଦ୍ବେଗ ସୃଷ୍ଟି କରିଛି । ଭାଇରସ୍ର ଡବଲ ଓ ତ୍ରିପଲ ମ୍ୟୁଟାଂଟ ଦ୍ରୁତ ଗତିରେ ବ୍ୟାପୁଛି ଏବଂ ଏହି ଦ୍ୱିତୀୟ ଲହରରେ ଆମର ଯୁବଗୋଷ୍ଠୀ ବିଶେଷ ଭାବରେ ସଂକ୍ରମିତ ହେଉଛନ୍ତି । କେତେକ କ୍ଷେତ୍ରରେ ସେମାନଙ୍କ ସ୍ୱାସ୍ଥ୍ୟ ଜଟିଳତା ଦେଖା ଦେଉଛି ବୋଲି ମୁଖ୍ୟମନ୍ତ୍ରୀ ଉଦ୍ବେଗ ପ୍ରକାଶ କରିଥିଲେ ।
ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ସମୟରେ ଆମେ ଯେଉଁ ନୀତି ଅବଲମ୍ବନ କରିଆସିଛେ, ସେହିପରି କୋଭିଡର ମୁକାବିଲାରେ ସବୁଠାରୁ ଖରାପ ପରିସ୍ଥିତିକୁ ସାମ୍ନା କରିବା ପାଇଁ ଆମ ପ୍ରସ୍ତୁତ ରହିବା ଦରକାର । ଏହି ପରିପ୍ରେକ୍ଷୀରେ ତୃଣମୂଳ ସ୍ତରରେ ପରିସ୍ଥିତିର ଆକଳନ କରି ତ୍ରୁଟିଶୂନ୍ୟ ଯୋଜନା ପ୍ରସ୍ତୁତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳ ଓ ଏସ୍.ପି ମାନଙ୍କୁ ନିଦେ୍ର୍ଧଶ ଦେଇଥିଲେ ।
ସେହିପରି ପର୍ଯ୍ୟବେକ୍ଷକ ମାନେ ଏଥିପ୍ରତି ଯନôବାନ ହେବେ ବୋଲି ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏସବୁ ବିଷୟ ନିୟମିତ ସମୀକ୍ଷା କରି ପରବର୍ତୀ ବୈଠକରେ ତାଙ୍କୁ ଅବଗତ କରିବା ପାଇଁ ମୁଖ୍ୟମନ୍ତ୍ରୀ, ମୁଖ୍ୟଶାସନ ସଚିବଙ୍କୁ ପରାମର୍ଶ ଦେଇଥିଲେ । ଏହାବ୍ୟତୀତ କୋଭିଡ ନିୟନ୍ତ୍ରଣ କାର୍ଯ୍ୟକ୍ରମକୁ ଫଳପ୍ରଦ କରିବା ପାଇଁ ସମସ୍ତ ଆବାସିକ ସଂଘ, ବଣିକ ସଂଘ ଏବଂ ଅନ୍ୟାନ୍ୟ ଗୋଷ୍ଠୀଭିତିକ ସଂଗଠନ ମାନଙ୍କ ସହିତ ସହଭାଗିତା ଭିତିରେ କାର୍ଯ୍ୟ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।
ଏ ବିପତି ସମୟରେ ନିÂାର ସହ ସେବା ଯୋଗାଉ ଥିବା ସମ୍ମୁଖ କରୋନା ଯୋଦ୍ଧାମାନଙ୍କର ଯନô ନିଆଯିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଥିଲେ । ସବୁବେଳେ ଠିକ୍ ଭାବରେ ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ଓ ହାତ ଧୋଇବା ଆଦି କୋଭିଡ ନିୟମାବଳୀର ସଠିକ୍ ଅନୁପାଳନ ପାଇଁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ ।
ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଲେ ଯେ କୋଭିଡ କେୟାର ସେଂଟର ଗୁଡିକୁ କ୍ରିୟାଶୀଳ କରାଯିବା ସହିତ ସମସ୍ତ କୋଭିଡ ହସ୍ପିଟାଲ ଗୁଡିକୁ କାର୍ଯ୍ୟକ୍ଷମ କରାଯାଇଛି । ମେଡିକାଲ କଲେଜ ଗୁଡିକରେ ଶଯ୍ୟା ସଂଖ୍ୟା ବୃଦ୍ଧି ସହିତ ନୂଆ ବେସରକାରୀ ହସ୍ପିଟାଲ ଗୁଡିକୁ କୋଭିଡ ହସ୍ପିଟାଲରେ ପରିଣତ କରିବା ପାଇଁ ପଦକ୍ଷେପ ନିଆଯାଉଛି । ୩୦ ପ୍ରତିଶତ ଶଯ୍ୟାରେ ଅକ୍ସିଜେନ ବ୍ୟବସ୍ଥା କରାଯାଇଛି ଏବଂ ଏହାକୁ ୩୫ ପ୍ରତିଶତକୁ ବୃଦ୍ଧି କରିବା ପାଇଁ ପଦକ୍ଷେପ ନିଆଯାଉଛି । ପଡୋଶୀ ରାଜ୍ୟ ଗୁଡିକରେ ଅଧିକ କୋଭିଡ ସଂଖ୍ୟା ଥିବାରୁ ସେ ସବୁ ରାଜ୍ୟରୁ ଲୋକଙ୍କ ଚଳାଚଳ ଉପରେ ତୀକ୍ଷଣ ନଜର ରଖାଯାଇଛି ।
ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର କହିଥିଲେ ଯେ ବର୍ତମାନ ରାଜ୍ୟରେ ୫୦,୯୫୮ ଆକ୍ଟିଭ୍ କେସ୍ ରହିଛି ଏବଂ ୭ଟି ଜିଲ୍ଲାରେ ୬୦ ପ୍ରତିଶତ ଆକ୍ଟିଭ୍ କେସ୍ ରହିଛି । ରାଜ୍ୟରେ ସମୁଦାୟ ୩୧,୪୭୧ଟି ବେଡ୍ ରହିଛି ଏବଂ ଆଇସିୟୁ ବେଡ୍ ବ୍ୟତୀତ ୧୭,୪୯୫ଟି ବେଡ୍ ରେ ଅକ୍ସିଜେନର ବ୍ୟବସ୍ଥା କରାଯାଇଛି । ଉଭୟ ସରକାରୀ ଓ ବେସରକରୀ କୋଭିଡ ହସ୍ପିଟାଲ ଗୁଡିକରେ ଶଯ୍ୟା ସଂଖ୍ୟା ବୃଦ୍ଧି ସହିତ ଅଧିକ ସଂଖ୍ୟକ ଶଯ୍ୟାରେ ଅକ୍ସିଜନ ବ୍ୟବସ୍ଥା କରିବା ପାଇଁ ପଦକ୍ଷେପ ନିଆଯାଉଛି । ରାଜ୍ୟରେ ବର୍ତମାନ ଦୈନିକ ୪୨.୧୦ ମେଟ୍ରିକ ଟନ୍ ଅକ୍ସିଜେନ ବ୍ୟବହାର କରାଯାଉଛି । ରେମେଡସିଭର ଓ ଫାଭିଫ୍ଲୁ ଆଦି ସମସ୍ତ ଜରୁରୀ ଔଷଧ ଯଥେଷ୍ଟ ଭାବରେ ଉପଲବ୍ଧ ରହିଛି ବୋଲି ସେ କହିଥିଲେ ।
ପୋଲିସ ମହାନିଦେ୍ର୍ଧଶକ ଶ୍ରୀ ଅଭୟ କହିଥିଲେ ଯେ ଆଜି ସୁଦ୍ଧା ୮ଟି ରାଜ୍ୟକୁ ୯୦ଟି ଟ୍ୟାଙ୍କର ଜରିଆରେ ୧୬୭୫.୮୧ ଟନ୍ ଅକ୍ସିଜେନ ପଠାଯାଇଛି । ବିଭିନ୍ନ କୋଭିଡ ଚିକିତ୍ସାଳୟରେ ଅଗ୍ନି ନିୟନ୍ତ୍ରଣ ସଂପର୍କରେ ନିଆଯାଉଥିବା ପଦକ୍ଷେପ ଉପରେ ଅଗ୍ନିଶମ ସେବା ମହାନିଦେ୍ର୍ଧଶକ ସୂଚନା ଦେଇଥିଲେ ।
ବୈଠକରେ ସୁନ୍ଦରଗଡ, ଝାରସୁଗୁଡା, ବାଲେଶ୍ୱର ଓ ଖୋର୍ଦ୍ଧା ଜିଲ୍ଲାର ଜିଲ୍ଲାପାଳ ମାନେ ଜିଲ୍ଲାର କୋଭିଡ ପରିସ୍ଥିତି ଓ ପଦକ୍ଷେପ ସଂପର୍କରେ ସୂଚନା ଦେଇଥିଲେ । ମୁଖ୍ୟମନ୍ତୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ବୈଠକକୁ ସଂଯୋଜନା କରିଥିଲେ ।ବୈଠକରେ ଉନ୍ନୟନ କମିଶନର ପି.କେ ଜେନା, ପଂଚାୟତିରାଜ ବିଭାଗର ପ୍ରମୁଖ ସଚିବ ଡି.କେ. ସିଂହ ଓ ଅନ୍ୟ ବରିÂ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Comments (0)
Add Comment