ନବରଙ୍ଗପୁର ମହିଳା ସ୍ନାତକ ମହାବିଦ୍ୟାଳୟରେ ଜାତୀୟ ମତଦାତା ଦିବସ ପାଳିତ

ନବରଙ୍ଗପୁର : ନବରଙ୍ଗପୁର ମହିଳା ସ୍ନାତକ ମହାବିଦ୍ୟାଳୟରେ  ଯୁବ ରେଡ଼କ୍ରସର ଆନୁକୂଲ୍ୟରେ ଜାତୀୟ ମତଦାତା ଦିବସ ପାଳିତ ହୋଇଯାଇଛି l କାର୍ଯ୍ୟକ୍ରମର ପ୍ରାରମ୍ଭରେ ମହାବିଦ୍ୟାଳୟ ର  100 ଜଣ ଛାତ୍ରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ଆୟୋଜିତ ରାଲି ରେ  ଯୋଗ ଦେଇଥିଲେ l ପରବର୍ତ୍ତୀ ସମୟରେ ମହାବିଦ୍ୟାଳୟ ପରିସରରେ ଅଧ୍ୟକ୍ଷା ଶ୍ରୀମତୀ ମାଲେଶ୍ଵରୀ ସାହୁ ସମସ୍ତ ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀଙ୍କ ସହିତ ଛାତ୍ରୀ ମାନଙ୍କୁ ଶପଥ ପାଠ କରାଇଥିଲେ lଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଯୁବ ରେଡ଼କ୍ରସ ସଂଯୋଜିକା ଡ଼କ୍ଟର ସଂଯୁକ୍ତା ପଣ୍ଡା ଯୋଗଦେଇ ମତଦାନ ରେ ଯୁବ ଗୋଷ୍ଠୀର ଭୂମିକା ସମ୍ପର୍କରେ ଅବଗତ କରାଇଥିଲେ l ସମ୍ମାନିତ ଅତିଥି ଭାବେ ଜାତୀୟ ସେବା ଯୋଜନାର ଜିଲ୍ଲା କାର୍ଯ୍ୟକ୍ରମ ଅଧିକାରୀ ଶ୍ରୀ ବିନୋଦ ବିହାରୀ ପ୍ରଧାନ ଯୋଗଦେଇ ଛାତ୍ରୀ ମାନଙ୍କୁ ଉତ୍ସlହିତ କରିଥିଲେ l ଜାତୀୟ ସେବା ଯୋଜନାର ପୂର୍ବତନ କାର୍ଯ୍ୟକ୍ରମ ଅଧିକାରୀ ଶ୍ରୀମତୀ ରଞ୍ଜୁସା  ପ୍ରହରାଜ  ଦିବସର ମହତ୍ବ ବିଷୟରେ ଅବଗତ କରାଇବା ସହିତ ଧନ୍ୟବାଦ ଅର୍ପଣ କରିଥିଲେ l ଏଥିରେ ମହାବିଦ୍ୟାଳୟର ଅଧ୍ୟାପକ ଅଧ୍ୟାପିକା ଯଥା ନୃପେନ୍ଦ୍ରନାଥ ଖୋସଲା, ରଞ୍ଜୁଷା କୁମାରୀ ପ୍ରହରାଜ, ଡ ଏମ୍ ରୋହିଣୀ ରାଣୀ ସମେତ ବହୁସଂଖ୍ୟାରେ ଛାତ୍ରୀ ଅଂଶଗ୍ରହଣ କରିଥିଲେ l ନବରଙ୍ଗପୁର ମହିଳା ସ୍ନାତକ ମହାବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀମତୀ ମାଲେଶ୍ଵରୀ ସାହୁଙ୍କ ପ୍ରେରଣାରେ  କାର୍ଯ୍ୟକ୍ରମଟି ସଫଳ ହୋଇଥିବାରୁ ସମସ୍ତଙ୍କ ତରଫରୁ ସାଧୁବାଦ ଦିଆଯାଇଥିଲା l

Comments (0)
Add Comment