ବିଧାନସଭା ପରିସରରେ ଉତ୍କଳ ଗୌରବଙ୍କ ଶ୍ରାଦ୍ଧବାର୍ଷିକୀ ପାଳିତ

ଭୁବନେଶ୍ୱର: ଓଡ଼ିଶା ଏକତ୍ରୀକରଣର କର୍ଣ୍ଣଧାର, ଓଡ଼ିଆ ଅସ୍ମିତାର ପ୍ରତୀକ, କୁଳବୃଦ୍ଧ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୮୭ତମ ଶ୍ରାଦ୍ଧବାର୍ଷିକୀ ବିଧାନସଭା ପରିସରରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ବିଧାନସଭା ପରିସରସ୍ଥ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ପ୍ରତିମୂର୍ତିରେ ମୁଖ୍ୟ ଅତିଥି ରୂପେ ବାଚସ୍ପତିଡ଼ଃ. ସୂର୍ଯ୍ୟ ନାରାୟଣ ପାତ୍ର ଯୋଗ ଦେଇ ପୁଷ୍ପ ମାଲ୍ୟାର୍ପଣ କରି ଶ୍ରଦ୍ଧାସୂମନ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ସରକାରୀ ଦଳ ଉପମୁଖ୍ୟ ସଚେତକ ରୋହିତ ପୂଜାରୀ, ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା, ପୂର୍ବତନ ବିଧାୟକ ଅଜୟ ଜେନା, ବିଧାନସଭା ସଚିବ ଦାଶରଥୀ ଶତପଥୀ ପ୍ରମୁଖ ଯୋଗ ଦେଇଥିଲେ ।

Comments (0)
Add Comment