ବିନା କୋଭିଡ୍ ରିପୋର୍ଟରେ ୨୧ରୁ ଜଗା ଦର୍ଶନ

ପୁରୀ: ପୁରୀରେ ଆସନ୍ତା ୨୧ରୁ ସ୍ୱତନ୍ତ୍ର ଏସଓପି ଆଧାରରେ ଆରମ୍ଭ ହେବ ଜଗା ଦର୍ଶନ । ଦର୍ଶନ ପାଇଁ କୋଭିଡ୍ ନେଗେଟିଭ ପ୍ରମାଣପତ୍ର ବାଧ୍ୟତାମୂଳକ ନୁହେଁ । ଦୈନିକ ୩୦ ହଜାର ଭକ୍ତଙ୍କ ଦର୍ଶନ ପାଇଁ ଆନୁଷଙ୍ଗିକ ବ୍ୟବସ୍ଥାହୋଇଛି । ଏହାଠାରୁ ଅଧିକ ଭକ୍ତ ଆସିଲେ ସ୍ୱତନ୍ତ୍ର ବ୍ୟବସ୍ଥା ହେବ । ଦର୍ଶନ ବେଳେ ବୟସ୍କ ଓ ଦିବ୍ୟାଙ୍ଗଙ୍କ ପାଇଁ ହେବ ସ୍ୱତନ୍ତ୍ର ବ୍ୟବସ୍ଥା । ପୁରୀବାସୀ ପରିଚୟପତ୍ର ଦେଖାଇ ସିଂହଦ୍ୱାର ଦେଇ ମନ୍ଦିରରେ ପ୍ରବେଶ କରିବେ । ସକାଳ ୬ଟାରୁୁ ୭ଟା ମଧ୍ୟରେ ପୁରୀବାସୀ କରିବେ ଦର୍ଶନ । ପ୍ରଥମ ଦୁଇ-୩ ଦିନ ମାର୍କେଟଛକରୁ ଦର୍ଶନାଥୀଙ୍କ ପାଇଁ ହେବ ଲାଇନ ବ୍ୟବସ୍ଥା । ଆଲୋଚନା ପରେ ଏହି ସୂଚନା ଦେଇଛନ୍ତି ପୁରୀ ଜିଲ୍ଲାପାଳ । ଅନ୍ୟପଟେ ଖୋଲିବ ଘଟଙ୍ଗା ତାରିଣୀ ମନ୍ଦିର । କଟକଣା ସହ ମାଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ । କରୋନା କଟକଣା ପରଠାରୁ ବନ୍ଦ ରହିଥିବ ରାଜ୍ୟର ପ୍ରାୟ ସମସ୍ତ ମନ୍ଦିର ସର୍ବସାଧାରଣଙ୍କ ପାଇଁ ଖୋଲି ସାରିଥିବା ବେଳେ ଆସନ୍ତାକାଲି ଠୁ ଖୋଲିବ ଘଟଗାଁ ସ୍ଥିତ ମା’ ତାରିଣୀ ମନ୍ଦିର । କରୋନାକୁ ଦୃଷ୍ଟିରେ ରଖି ମନ୍ଦିର ଖୋଲିବା ପରେ ଶ୍ରଦ୍ଧାଳୁଙ୍କ ପାଇଁ ନୂଆ ନିୟମ ଜାରି କରାଯାଇଛି । ସକାଳ ୮ଟାରୁ ମଧ୍ୟାହ୍ନ ସାଢେ ୧୨ଟା ଏବଂ ଅପରାହ୍ନ ୪ଟାରୁ ସଂଧ୍ୟା ସାଢେ ୬ଟା ମଧ୍ୟରେ ସାଧାରଣ ଲୋକେ ମାଙ୍କୁ ଦର୍ଶନ କରିପାରିବେ । ୩ନମ୍ବର ଗେଟ୍ ଦେଇ ଶ୍ରଦ୍ଧାଳୁମାନେ ମନ୍ଦିରକୁ ପ୍ରବେଶ କରିବେ, ଏବଂ ଦର୍ଶନ ପରେ ୪ନମ୍ବର ଗେଟ୍ ଦେଇ ବାହାରକୁ ବାହାରିବେ । ଭକ୍ତମାନେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ଥିବା ବେଳେ ସାନିଟାଇଜର ସହ ମନ୍ଦିର ଭିତରେ ଧାଡି ଦର୍ଶନ ବ୍ୟବସ୍ଥା କରାଯିବ । ଏକାଥରେ ୨୫ରୁ ୩୦ ଜଣ ଭକ୍ତଙ୍କୁ ହିଁ ଦର୍ଶନ ସୁବିଧା ମିଳିବ । ମନ୍ଦିର ଭିତରକୁ ଭୋଗ, ଧୂପ, ଦୀପ ଓ ପୁଷ୍ପ ଆଦି ବାରଣ କରାଯାଇଛି ।

Comments (0)
Add Comment