ମାଟ୍ରିକ ପରୀକ୍ଷା ଫଳ ଆଜି


କଟକ: ବହୁ ଆକାଂକ୍ଷିତ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ ଆସନ୍ତା କାଲି ଶୁକ୍ରବାର ଦିନ ଅପରାହ୍ନ ୪ଟାରେ ପ୍ରକାଶ ପାଇବ । ଆଜି ଓଡିଶା ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଏହା ଘୋଷଣା କରାଯାଇଛି । ମାଟ୍ରିକ ପରୀକ୍ଷା ଫଳ ସହ ଓଡ଼ିଶା ଓପନ ସ୍କୁଲ ସାର୍ଟିଫିକେଟ ଏବଂ ମଧ୍ୟମା ପରୀକ୍ଷାର ଫଳ ମଧ୍ୟ ପ୍ରକାଶ ପାଇବ । ପରୀକ୍ଷା ଫଳ ଆସନ୍ତା କାଲି ଅପରାହ୍ଣ ୪ଟାରେ କଟକ ସ୍ଥିତ ମାଧ୍ୟବିକ ଶିକ୍ଷା ବୋର୍ଡର ମୁଖ୍ୟ କାର୍ୟ୍ୟାଳୟରେ ପ୍ରକାଶ କରାଯିବ । ସେହିପରି ସଂଧ୍ୟା ୬ଟା ପରଠାରୁ ଏହା ବୋର୍ଡର website-www.bseodisha.ac.in and www.bseodisha.nic.in ରେ ଉପଲବ୍ଧ ହେବ । ଇଂଟରନେଟ ସୁବିଧା ନଥିଲେ ଛାତ୍ରଛାତ୍ରୀଙ୍କ ପାଇଁ ମୋବାଇଲ ଫୋନରେ ଏସଏମଏସ ଜରିଆରେ ମଧ୍ୟ ପରୀକ୍ଷା ଫଳ ଉପଲବ୍ଧ ହେବ । ସେଥିପାଇଁ ନମ୍ବରକୁ ଛାତ୍ରଛାତ୍ରୀଙ୍କୁ ମୋବାଇଲରେ OR01<Roll Number> ଲେଖି ତାହା ୫୬୭୬୭୫୦ ନମ୍ବରକୁ ଏସଏମଏସ କରିବାକୁ ହେବ ।ସୂଚନାଯୋଗ୍ୟ ଯେ କୋଭିଡ-୧୯ର ଦ୍ୱିତୀୟ ଲହର ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଚଳିତ ବର୍ଷ ମାର୍ଟିକ ପରୀକ୍ଷା ବାତିଲ କରିଦେଇଥିଲେ । ମ୍ୟାଟ୍ରିକ୍ ଫଳାଫଳ ନେଇ ଚୂଡ଼ାନ୍ତ ପଦ୍ଧତିକୁ ବୋର୍ଡ ଅନୁମୋଦନ ଦେଇଥିଲା । ସେହି ଫର୍ମୁଲା ଅନୁଯାୟୀ, ନବମ ଓ ଦଶମ ଶ୍ରେଣୀର ମାର୍କ ଆଧାରରେ ମୂଲ୍ୟାୟନ କରାଯାଇଛି । ନବମର ଷାଣ୍ମାସିକ ଓ ବାର୍ଷିକ ପରୀକ୍ଷା ମାର୍କକୁ ବିଚାରକୁ ନିଆଯିବ ବୋଲି କୁହାଯାଇଥିଲା । ଦଶମର ଦ୍ୱିତୀୟ, ତୃତୀୟ ଓ ଚତୁର୍ଥ ପ୍ରାକ୍ଟିସ୍ ପରୀକ୍ଷା ମାର୍କକୁ ମଧ୍ୟ ବିଚାର କରାଯିବ ବୋଲି କୁହାଯାଇଥିଲା । ନବମର ୪୦%, ଦଶମର ୬୦% ମାର୍କକୁ ଗୁରୁତ୍ୱ ଦିଆଯିବା ନେଇ ପ୍ରସ୍ତାବ ରହିଥିଲା । ଦଶମରେ କୌଣସି ପରୀକ୍ଷା ଦେଇ ନଥିଲେ ନବମ ମାର୍କକୁ ବିଚାର କରାଯିବ । ଦଶମରେ ଗୋଟିଏ ପରୀକ୍ଷା ଦେଇଥିଲେ ନବମର ୭୦% ମାର୍କକୁ ଗୁରୁତ୍ୱ ଦିଆଯିବ ବୋଲି ବୋର୍ଡ ପକ୍ଷରୁ କୁହାଯାଇ ଥିଲା । ଗତ ଏପ୍ରିଲ୍ ୨୧ ତାରିଖରେ ମ୍ୟାଟ୍ରିକ୍ ପରୀକ୍ଷାକୁ ଭାବେ ବାତିଲ୍ କରାଯାଇଥିଲା ।ସୂଚନାଯୋଗ୍ୟ, ରେଗୁଲାର, ଏrରେଗୁଲାର, ମଧ୍ୟମା ପିଲାଙ୍କୁ ମିଶାଇ ଚଳିତ ବର୍ଷ ୬ ଲକ୍ଷ ୪୭ ହଜାର ପିଲା ପରୀକ୍ଷା ଦେଇଥାନ୍ତେ । ଏଥିନିମନ୍ତେ ୩୩ଶହ କେନ୍ଦ୍ରକୁ ପ୍ରସ୍ତୁତ କରାଯାଇଥିଲା । ପିଲାମାନେ ନିଜ କେନ୍ଦ୍ରରେ ପରୀକ୍ଷା ଦେଇଥାନ୍ତେ । ଦଶମ ଶ୍ରେଣୀ ପିଲାଙ୍କ ନିମନ୍ତେ ଜାନୁଆରୀ ୨୮ ତାରିଖରୁ ଏପ୍ରିଲ ୨୫ ପର୍ୟ୍ୟନ୍ତ ୧୦୦ ଦିନିଆ ପାଠପଢ଼ା ଚାଲିଥିଲା । ପରୀକ୍ଷା ନିମନ୍ତେ ପିଲାମାନଙ୍କୁ ପ୍ରସ୍ତୁତ କରାଯାଉଥିବା ବେଳେ ସେମାନେ ୮୦ ମାର୍କର ପରୀକ୍ଷା ଦେଇଥାନ୍ତେ । ମାତ୍ର ମହାମାରୀ କରୋନାର ଦ୍ୱିତୀୟ ଲହର ସଂକ୍ରମଣ ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀ ପରୀକ୍ଷା ବାତିଲ ଘୋଷଣା କରିଥିଲେ ।

Comments (0)
Add Comment