ସ୍ୱେଚ୍ଛାକୃତ ଟେଷ୍ଟିଂ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

ଭୁବନେଶ୍ୱର: କରୋନା ଲକ୍ଷଣ ପ୍ରକାଶ ମାତ୍ରକେ ତୁରନ୍ତ ସ୍ୱେଚ୍ଛାକୃତ ଭାବରେ ଟେଷ୍ଟିଂ ପାଇଁ ଆଗେଇ ଆସିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନସାଧାରଣଙ୍କୁ ଆହ୍ୱାନ ଜଣାଇଛନ୍ତି । ଆଜି ଭିଡିଓ କନଫରେନ୍ସି ଜରିଆରେ କୋଭିଡ୍ ପରିଚାଳନା ସମ୍ପର୍କରେ ସମୀକ୍ଷା କରିବା ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ, ହଜାର ଟେଷ୍ଟିଂ କରାଯାଇଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ । ଲୋକମାନେ ଯେପରି ସୁବିଧାରେ ଟେଷ୍ଟିଂ କରିପାରିବେ ସେଥିପାଇଁ ସବ୍-ଡିଭିଜନ ସ୍ତରରେ ତଥା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ସ୍ତରରେ ଟେଷ୍ଟିଂ ସୁବିଧା ଆରମ୍ଭ କରିବା ପାଇଁ ସେ ଜିଳ୍ଲାପାଳମାନଙ୍କୁ ନିର୍ଦେଶ ଦେଇଥିଲେ ଏବଂ ଲୋକମାନେ ଯେପରି ସ୍ୱେଚ୍ଛାରେ ଟେଷ୍ଟିଂ ପାଇଁ ଆଗେଇ ଆସିବେ ସେଥିପାଇର୍ ବି.ଡି.ଓ ଓ ପଞ୍ଚାୟତ ପ୍ରତିନିଧିମାନେ ସଚେତନତା ଅଭିଯାନ ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ମୁଖ୍ୟମନ୍ତ୍ରୀ ଆହୁରୀ କହିଛନ୍ତି ଯେ , ପଇସା ଅଭାବରୁ କେହି ଜଣେ ବି କୋଭିଡ୍ ରୋଗୀ ଚିକିତ୍ସା ସୁବିଧାରୁ ବଞ୍ଚିତ ହେବେ ନାହିଁ କୋଭିଡ ଚିକିତ୍ସା ପାଇଁ ରାଜ୍ୟ ସରକାର ରୋଗୀ ମାନଙ୍କୁ ଖାଇବା, ରହିବା, ଔଷଧ ଖର୍ଚ୍ଚ, ପରିବହନ ଆସି ସବୁ ସୁବିଧା ମାଗଣାରେ ଯୋଗାଇ ଦେଉଛନ୍ତି । ଏ କ୍ଷେତ୍ରରେ ଓଡିଶା ହେଉଛି ଦେଶର ଏକମାତ୍ର ରାଜ୍ୟ ଯେଉଁଠାରେ କି ଧନୀ, ଗରିବ ସମସ୍ତଙ୍କୁ ମାଗଣା ଚିକିତ୍ସା ଦିଆଯାଉଛି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆମ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ । ଅଧିକାରୁ ଅଧିକ ଲୋକଙ୍କ ଜୀବନ ଯେପରି ବଞ୍ଚାଯାଇପାରିବ ସେ ଦିଗରେ ଆମେଚିକିତ୍ସା ସହିତ କାର୍ଯ୍ୟ କରୁଛୁ । କରୋନାକୁ ପ୍ରତିହତ କରିବା ପାଇଁ ଟେଷ୍ଟିଂ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ । ଏହା ଦ୍ୱାରା ସଂକ୍ରମଣ ନିୟନ୍ତ୍ରଣ ହେବା ସହିତ ଆରୋଗ୍ୟ ହାର ମଧ୍ୟ ଆହୁରି ଭଲ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଗତକାଲି ରାଜ୍ୟରେ ଗୋଟିଏ ଦିନରେ ୩୨ ରୋଗକୁ ଭୟ ନକରି ଚିକିତ୍ସା ପାଇଁ ଆଗେଇ ଆସିବା ସହିତ ରୋଗୀଙ୍କୁ ଘୃଣା ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଥିଲେ । ଏ ଦିଗରେ ଲୋକ ପ୍ରତିନିଧିମାନେ ଜନସାଧାରଣଙ୍କୁ ସଚେତନ କରିବାର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ । ସ୍ୱଳ୍ପ ଓ ଲକ୍ଷଣ ବିହୀନ ରୋଗୀମାନଙ୍କୁ ଘରେ ଚିକିତ୍ସା ଯୋଗାଇବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଥିଲେ ଏବଂ ରୋଗୀମାନଙ୍କୁ ମେଡିସିନ୍ କିଟ୍ ଓ ଟେଲି ମେଡିସିନ୍ ଯୋଗେ ଡାକ୍ତରୀ ସୁବିଧା ଯୋଗାଇ ଦେବା ପାଇଁ ମଧ୍ୟ ପରାମର୍ଶ ଦେଇଥିଲେ । ଖୋର୍ଦ୍ଧା, ସୁନ୍ଦରଗଡ, କଟକ ଓ ଯାଜପୁର ଜିଲ୍ଲାଗୁଡିକ ଉପରେ ଅଧିକ ଧ୍ୟାନ ଦେବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

Comments (0)
Add Comment