ଭୁବନେଶ୍ୱର: ଆଗାମୀ ୧୨ ତାରିଖରୁ ଯୁକ୍ତ ଦୁଇ ଲାଗି ଆବେଦନ ଆରମ୍ଭ ହେବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀରରଞ୍ଜନ ଦାଶ ସୂଚନା ଦେଇଛନ୍ତି । ସାମ୍ସ ପୋର୍ଟାଲରେ ଛାତ୍ରଛାତ୍ରୀମାନେ ଆଡମିସନ୍ ଲାଗି ଆବେଦନ କରିପାରିବେ । କରୋନା ପାଇଁ କୌଣସି ଆଡମିସନ ଫି ବୃଦ୍ଧି ହେବ ନାହିଁ ବୋଲି ବି ମନ୍ତ୍ରୀ କହିଛନ୍ତି ।ଏଣେ ରାଜ୍ୟରେ ଯୁକ୍ତ ଦୁଇ ସିଟ୍ ସଂଖ୍ୟା ବଢିଥିବା ନେଇ ମନ୍ତ୍ରୀ ସୂଚନା ଦେଇଛନ୍ତି । ତାଙ୍କ କହିବା ଅନୁଯାୟୀ, ଚଳିତ ବର୍ଷ ଯୁକ୍ତ ଦୁଇରେ ମୋଟ୍ ୫୪ ହଜାର ୯୦୦ ସିଟ୍ ବୃଦ୍ଧି କରାଯାଇଛି । କଳାରେ ୩୮ ହଜାର, ବିଜ୍ଞାନରେ ୧୩ ହଜାର ଓ ବାଣିଜ୍ୟରେ ୩ ହଜାର ୯୦୦ ସିଟ୍ ବୃଦ୍ଧି ହୋଇଛି । ୭୨ ହଜାର ସିଟ୍ ବୃଦ୍ଧି ପାଇଁ ଆବେଦନ ଆସିଥିଲା । ଏଥିମଧ୍ୟରୁ କଳାରେ ୪୦ ହଜାର, ବିଜ୍ଞାନରେ ୨୫ ହଜାର ଓ ବାଣିଜ୍ୟରେ ୪ ହଜାର ସିଟ୍ ବୃଦ୍ଧି ପାଇଁ ଆବେଦନ ହୋଇଥିଲା ।