୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ : ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ, ପଶ୍ଚିମ ଓ ଉତ୍ତର ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲା ଉପରେ କିଛି ସ୍ଥାନରେ ଏବଂ ଓଡିଶାର ବାକି ଜିଲ୍ଲାମାନଙ୍କରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ସହ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ଏଥିସହ କାଳବୈଶାଖୀ ଭୟ ରହିଥିବା ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଜାରି ସତର୍କ ସୂଚନା ମତାବକ ଆଜି (୪ ଜୁନ୍‌, ଶୁକ୍ରବାର) ଅପରାହ୍ନ ୧ଟା ୩୦ଘଣ୍ଟା ମଧ୍ୟରୁ ଆସନ୍ତାକାଲି (୫ ଜୁନ୍‌, ଶନିବାର) ସକାଳ ୮ଟା୩୦ ଘଣ୍ଟା ମଧ୍ୟରେ ରାଜ୍ୟର ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Comments (0)
Add Comment