ସିଏସ୍‍ଆର୍‍ ସର୍ଭେ: ଦେଶର ୨୦ ଶ୍ରେଷ୍ଠ ଇଞ୍ଜିନିଅରିଂ କଲେଜରେ ଆଇଟିଆର୍ ସ୍ଥାନ ଏକାଦଶ

ଭୁୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ଡିମ୍‍ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ଟେକ୍ନିକାଲ ଏଜୁକେସନ୍‍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‍) ଦେଶର ୧୧ତମ ଶ୍ରେଷ୍ଠ ଇଞ୍ଜିନିୟରିଂ କଲେଜ ଅଫ୍‍ ଏମିନେନ୍ସ ଭାବେ କମ୍ପିଟିସନ୍‍ ସକ୍‍ସେସ୍‍ ରିଭ୍ୟୁ (ସିଏସ୍‍ଆର୍‍) ସର୍ଭେ -୨୦୨୦ ଅନୁଯାୟୀ ଏହି ମାନ୍ୟତା ପାଇଛି ଆଇଟିଇଆର୍‍। ଏହି ର‍୍ୟାଙ୍କିଙ୍ଗ ତାଲିକାରେ ଆଇଟିଇଆର୍‍ ଓଡ଼ିଶାର ଏକମାତ୍ର ଶିକ୍ଷାନୁଷ୍ଠାନ ଭାବେ ଦେଶର ଶ୍ରେଷ୍ଠ ୨୦ଟି ଇଞ୍ଜିନିୟରିଂ କଲେଜ ମଧ୍ୟରେ ସ୍ଥାନ ପାଇଛି। ସିଏସ୍‍ଆର୍‍ ପକ୍ଷରୁ ଶିକ୍ଷାନୁଷ୍ଠାନଗୁଡ଼ିକର ର‍୍ୟାଙ୍କିଙ୍ଗ୍‍ କରିବା ସମୟରେ ଶୈକ୍ଷିକ ଭିତିଭୂମି, ଆନୁସଙ୍ଗିକ ବ୍ୟବସ୍ଥା, ଫ୍ୟାକଲ୍ଟି, ଗବେଷଣା, କନ୍‍ସଲ୍‍ଟାନ୍‍ସି. ଆଡମିସନ୍‍, ପାଠ୍ୟକ୍ରମ ଶିକ୍ଷା ପ୍ରଦାନ ପ୍ରଣାଳୀ, ନିଯୁକ୍ତି, ସାମାଜିକ ଦାୟିତ୍ୱ ଏବଂ ଶିଳ୍ପ ସହିତ ଆଦାନପ୍ରଦାନ ଇତ୍ୟାଦିକୁ ବିଚାରକୁ ନିଆଯାଇଥିଲା।

Comments (0)
Add Comment