ନୟାଗଡ- ନୟାଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟରତ ଜନୈକ ଷ୍ଟାଫ ନର୍ସ କରୋନାରେ ଆକ୍ରାନ୍ତ । ଚିକିତ୍ସା ପାଇଁ ତାଙ୍କୁ କୋଭିଡ ହସ୍ପିଟାଲରେ ଭର୍ତି କରାଯାଇଛି । ସେ ଯେଉଁମାନଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନଙ୍କୁ ସଙ୍ଗରୋଧ କେନ୍ଦ୍ରରେ ରଖାଯାଇଛି ବୋଲି ନୟାଗଡ ସିଡିଏମଓ ସୁଧାଂଶୁ ଷଡଙ୍ଗୀ କହିଛନ୍ତି ।