ଭୁବନେଶ୍ୱର- କେନ୍ଦ୍ରୀୟ ପଶ୍ଚିମ ବଙ୍ଗୋପସାଗରେ ସୃଷ୍ଟ ଲଘୁଚାପ ଯୋଗୁଁ ଆସନ୍ତାକଲି ରାଜ୍ୟର ବିଭିନ୍ନ ଯାଗାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ମଧ୍ୟ ରାଜ୍ୟର କିଛିଟା ଯାଗାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ମାଲକାନାଗିରି, କେରାପୁଟ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ୱର ଆଂଚିଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।