ଭୁବନେଶ୍ୱର- ଆସନ୍ତା ୪୮ଘଂଟା ମଧ୍ୟରେ ରାଜ୍ୟର ବହୁ ଜିଳ୍ଳାରେ ଘୂର୍ଣ୍ଣଝଡ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ଆଂଚଳିକ ପାରିପାଗ ବିଭାଗ ଏନେଇ ସତର୍କ ସୂଚନା ଜାରି କରିଛି । ଆସନ୍ତା ୭ ତାରିଖ ଅପରାହ୍ନରେ କନ୍ଧମାଳ, କଳାହାଣ୍ଡି, ଅନୁଗୁଳ, ରାୟଗଡା, ଗଜପତି, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ସୁନ୍ଦରଗଡ, ଦେବଗଡ, ନୂଆପଡା,ବରଗଡ, ସମ୍ବଲପୁର ଓ ବଲାଙ୍ଗୀରର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୮ ତାରିଖ ଦିନ କନ୍ଧମାଳ, ରାୟଗଡା, ଗଜପତି, ନବରଙ୍ଗପୁର ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ।