ଆସୁଛି ଆଉ ଏକ ଲଘୁଚାପ: ୧୦ରୁ ୧୪ ବର୍ଷିବ

ଭୁବନେଶ୍ୱର: ସାମୁଦ୍ରିକ ଝଡ଼ ‘ୟସ’ କ୍ଷୟକ୍ଷତିକୁ ୧୫ ଦିନ ନପୁରୁଣୁ ବଙ୍ଗୋପସାଗରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ଆଶଙ୍କା କରାଯାଉଛି । ଏଥିପାଇଁ ରାଜ୍ୟ ସରକାର ଆଜି ସମସ୍ତ ଜିଲ୍ଲାପାଙ୍କୁ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦେବା ସହ ଏହି ଲଘୁଚାପ ପ୍ରଭାବରେ ଆସନ୍ତା ୧୦ରୁ ୧୪ ତରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାଶ ରହିଛି । ରାଜ୍ୟ ରିଲିଫ କମିଶନରଙ୍କ କାର୍ଯ୍ୟାଳୟରୁ ଜାରି ସୂଚନା ଅନୁସାରେ ସମସ୍ତ ଜିଲ୍ଲାରେ ଏହି ବର୍ଷା ଅନୁଭୂତ ହେବା ୧୦ ଓ୧୧ ତାରିଖରେ ସମୁଦ୍ର ଅଶାନ୍ତ ରହିବା ସହ ୪୦-୫୦ କିମି ବେଗରେ ପବନ ବୋହିବାର ଆଶଙ୍କା ରହିଛି । ମତ୍ସ୍ୟଜୀବୀମାନଙ୍କୁ ୧୧ ତାରିଖରୁ ସମୁଦ୍ର ଭିତରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି । ଯେଉଁ ମତ୍ସ୍ୟଜୀବୀମାନେ ସମୁଦ୍ର ଭିତରକୁ ଯାଇଛନ୍ତି ସେମାନଙ୍କୁ ୧୦ ତାରିଖ ସନ୍ଧ୍ୟା ସୁଦ୍ଧା ଫେରି ଆସିବା ପାଇଁ ପରାମର୍ଶ ଦିଆଯାଇଛି । ରାଜ୍ୟ ସରକାର ଜିଲ୍ଲାପାଳମାନଙ୍କୁ ପରିସ୍ଥିତି ଉପରେ ତୀକ୍ଷ୍ମ ନଜର ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ରହିଥିବା ଜିଲ୍ଲାଗୁଡିକ ତଳିଆ ଅଂଚଳ ଓ ସହରାଂଚଳରେ ପାଣି ଜମିବା ନେଇ ଯେକୌଣସି ପରିସ୍ଥିତି ନିମନ୍ତେ ପ୍ରସ୍ତୁତ ରହିବାକୁ କୁହାଯାଇଛି । ଜିଲ୍ଳାରେ ୨୪ ଘଂଟିଆ କଂଟ୍ରୋଲ ରୁମ୍ ଖୋଲିବା, କେତେ ବର୍ଷା ରେକର୍ଡ କରାଯାଉଛି ତାହା ତୁରନ୍ତ ଜଣାଇବାକୁ ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

Leave A Reply

Your email address will not be published.

3 + 8 =