ଉତରପୂର୍ବ ଉପକୂଳରେ ଲଘୁଚାପ ସୃଷ୍ଟି: ଆସନ୍ତାକାଲି ପ୍ରବଳ ଛେଚିବ


ଭୁବନେଶ୍ୱର- ବଙ୍ଗୋପସାଗରର ଉତରପୂର୍ବ ଉପକୂଳରେ ସୃଷ୍ଟ ଲଘୁଚାପ ଯୋଗୁଁ ଆସନ୍ତାକାଲି ଠାରୁ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋବ । ଭୁବନେଶ୍ୱର ଆଂଚିଳିକ ପାଣିପାଗ ବିଭାଗ ଏନେଇ ପୂର୍ବାନୁମାନ କରିଛି । ଜଗତସିଂହପୁର, ଦେବଗଡ, ଖୋର୍ଦ୍ଧା, କଳାହାଣ୍ଡି, କେନ୍ଦୁଝର, ସୁନ୍ଦରଗଡ, ସମ୍ବଲପୁର, ଅନୁଗୁଳ, କଟକ ଓ ପୁରୀ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ମାଲକାନଗିରି ଓ କୋରାପୁଟ ଜିଲ୍ଲାକୁ ଅରେଞ୍ଜ ୱାଣ୍ଣିଂ ଜାରି କରାଯାଇଛି । ମତ୍ସଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ ବାରଣ କରାଯାଇଛି ।

Leave A Reply

Your email address will not be published.

four × two =