ରାଇରଙ୍ଗପୁର: ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗୁରରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୪୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ବେଳେ ସେଥିରୁ ୩ଜଣଙ୍କ ଅବସ୍ଥା ଗୁରୁତର ହୋଇଛି । ସେମାନଙ୍କୁ ବାରିପଦା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି । ସୂଚନନୁସାରେ ଆୁ ନାମକ ଏକ ଘରୋଇ ବସ୍ ରାଇରଙ୍ଗୁରରୁ ବାରିପଦା ଅଭିମୁଖେ ଯାତ୍ରା କରୁଥିଲା । ଗ୍ରାମାଂଚଳ ଥାନା ହାତୀବାରି ନିକଟରେ ବସଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା । ଫଳରେ ୪୦ରୁ ଅଧିକ ଯାତ୍ରୀ ଏଥିରେ ଆହତ ହୋଇଥିଲେ । ତେବେ ଆହତ ସମସ୍ତଙ୍କୁ ଉଦ୍ଧାର କରି ରାଇରଙ୍ଗପୁର ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରାଯାଇଥିଲା