ଭୁବନେଶ୍ୱର: କରୋନା ଭାଇରସ୍ ମହାମାରୀକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଜି ଫେବ୍ରୃଆରି ମାସ ପାଇଁ ଗାଇଡଲାଇନ୍ ଜାରି କରିଛନ୍ତି । ଫେବ୍ରୃଆରି ୧ରୁ ୨୮ ଯାଏଁ ଜାରି ରହିବ ଏହି ଗାଇଡଲାଇନ୍ । ନୂଆ ଗାଇଡଲାଇନ୍ ଅନୁସାରେ କଂଟେନ୍ମେଂଟ ଜୋନ୍ ଅଞ୍ଚଳରେ ଲକ୍ଡାଉନ୍ ଜାରି କରାଯାଇପାରିବ । ତେବେ କଂଟେନ୍ମେଂଟ ଜୋନ୍ ଅଞ୍ଚଳରେ ଲକ୍ଡାଉନ୍ ଜାରି କରାଯାଇପାରିବ । ତେବେ କଂଟେନ୍ମେଂଟ ଜୋନ୍ ବାହାରେ କିପରି ଗତିବିଧି ରହିବ ସେ ନେଇ ଗାଇଡଲାଇନ୍ରେ ସ୍ପଷ୍ଟ ସୂଚନା ଦିଆଯାଇଛି । ଗୋଟିଏ ପକ୍ଷରେ ଫେବ୍ରୃଆରିରେ ସ୍କୁଲ ଓ କଲେଜ୍ ଖୋଲିବା ନିଷ୍ପତି ଯଥାକ୍ରମେ ଗଣଶିକ୍ଷା ବିଭାଗ ଓ ଉଚ୍ଚଶିକ୍ଷା ବିଭାଗ ଉପରେ ଛଡା ଯାଇଥିବା ବେଳେ ପହିଲାରୁ ଅଙ୍ଗନବାଡି କେନ୍ଦ୍ର ଖୋଲାଯିବ ବୋଲି କୁହାଯାଇଛି ।
ଏହା ସହ ଅନ୍ତିମକ୍ରିୟା ଏବଂ ବିବାହ ପାଇଁ ଯୋଗଦାତାଙ୍କ ସଂଖ୍ୟାକୁ ରାଜ୍ୟ ସରକାର ୫୦୦କୁ ବୃଦ୍ଧି କରିଛନ୍ତି । ଗତ ମାସରେ ଏହା ୧୦୦ରୁ ସୀମିତ ଥିଲା । ଏବେ ସାମାଜିକ, ଧାର୍ମିକ, ରାଜନୈତିକ, କ୍ରୀଡା ସମାବେଶ ପାଇଁ ମଧ୍ୟ ୫୦୦ ଜଣଙ୍କୁ ଅନୁମତି ମିଳିଛି । ଏନେଇ ସ୍ଥାନୀୟ ପ୍ରଶାସନ ଠାରୁ ଅନୁମତି ନେବାକୁ ପଡିବ । ତେବେ ବନ୍ଦ କୋଠରୀ ମଧ୍ୟରେ ୫୦ ପ୍ରତିଶତ ଲୋକଙ୍କୁ ନେଇ କାର୍ଯ୍ୟକ୍ରମ ଚାଲିବା ସହ ସମସ୍ତ କରୋନା କଟକଣାହ ପାଳନ କରିବାକୁ ସରକାର କହିଛନ୍ତି । ଅନ୍ତର୍ଜାତୀୟ ବିମାନ ସେବା ଆରମ୍ଭ ହେବା ନେଇ ବେସାମରିକ ବିମାନ ଚଳାଚଳ / ଗୃହ ମନ୍ତ୍ରାଳୟ ନିଷ୍ପତି ନେବେ । ଅବରୋଧ ଅଞ୍ଚଳର ସୀମା ଜିଲ୍ଲାପାଳ ଓ ସ୍ଥାନୀୟ କର୍ତୃପକ୍ଷ ସ୍ଥିର କରିବା ସହ ଖୋଲା ସ୍ଥାନରେ ସମସ୍ତଙ୍କୁ ସାମାଜିକ ଦୂରତା ମାନିବାକୁ କୁହାଯାଇଛି ।
ଶିକ୍ଷାନୁଷ୍ଠାନ ଖୋଲିବା ପାଇଁ ଗୁରୁତ୍ୱପୂର୍ଣ୍ଣ ସୂଚନା ଦିଆଯାଇଛି । ଡିସେମ୍ବର ପହିଲାରୁ ରାଜ୍ୟର ସମସ୍ତ ମେଡିକାଲ କଲେଜ୍ ଖୋଲିଯାଇଛି । ପୂର୍ବରୁ ଡିସେମ୍ବର ଶେଷ ପର୍ଯ୍ୟନ୍ତ ସ୍କୁଲ କଲେଜ୍ ଖୋଲିବ ନାହିଁ ବୋଲି ଘୋଷଣା ହୋଇଥିବା ବେଳେ ଜାନୁଆରିରେ ମଧ୍ୟ ସ୍କୁଲ ଖୋଲିନଥିଲା । ହେଲେ ଫେବ୍ରୁଆରି ମାସ ପାଇଁ ରାଜ୍ୟରେ ସ୍କୁଲ ଖୋଲିବା ନେଇ ଗଣଶିକ୍ଷା ବିଭାଗ ନିଷ୍ପତି ନେବ ବୋଲି କୁହାଯାଇଛି । ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବା ପାଇଁ ଏହା ଅଧିନରେ ଥିବା ଶିକ୍ଷାନୁଷ୍ଠାନ ସଂପର୍କରେ ଗଣଶିକ୍ଷା ବିଭାଗ ନିଷ୍ପତି ନେବ ବୋଲି ଗାଇଡ୍ଲାଇନ୍ରେ ସ୍ପଷ୍ଟ କରାଯାଇଛି । ବିଭିନ୍ନ ପକ୍ଷଙ୍କ ସହ ଆଲୋଚନା କରି ଓ ଏସଓପି ଜାରି କରି ସ୍କୁଲ ଖୋଲାଯାଇପାରିବ ।
ସେହପିର କଲେଜ୍ ଓ ଉଚ୍ଚଶିକ୍ଷା ଅନୁଷ୍ଠାନ ଖୋଲିବା ନିଷ୍ପତି ନେବେ ଉଚ୍ଚଶିକ୍ଷା ବିଭାଗ । କଲେଜଗୁଡିକ ଜାନୁଆରି ୩୧ ପର୍ଯ୍ୟନ୍ତ ବନ୍ଦ ରହିଥିବା ବେଳେ ଏହାର ଅବଧିକୁ ଆହୁରି ବଢାଯିବ କି ନାହିଁ, ସେ ନେଇ ବିଭାଗ ନିଷ୍ପତି ନେବେ । ବିଭାଗ ଅଧିନରେ ପରିଚାଳିତ କଲେଜ ଓ ଉଚ୍ଚଶିକ୍ଷା ଅନୁଷ୍ଠାନଗୁଡିକ ଏଥି ସ ଜଡିତ ବିଭିନ୍ନ ପକ୍ଷ ସହିତ ଆଲୋଚନା ମାଧ୍ୟମରେ ଖୋଲାଯାଇପାରିବ । ତେବେ ଏଥିଲାଗି ଗୃହବିଭାଗ ଏସଓସି, ୟୁଜିସି ଓ ଏଆଇସିଟିଇ ଗାଇଡଲାଇନ୍ ଅନୁସରଣ କରିବା ବାଧ୍ୟତା ମୂଳକ ହେବ । ପୂର୍ବରୁ କେନ୍ଦ୍ର ତଥା ରାଜ୍ୟ ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ଏସଓପି ଅନୁଯାୟୀ ସିନେମା ହଲ୍ ଓ ଥିଏଟର ଚାଲୁ ରହିବ । କୋଭିଡ କଟକଣାରୁ କଡାକଡି ଭାବେ ଲାଗୁ କରି ମୁକ୍ତାକାଶ ଥିଏଟରଗୁଡିକୁ ଖୋଲିବା ପାଇଁ ସ୍ଥାନୀୟ କର୍ତୃପକ୍ଷ (ଜିଲ୍ଲା ମାଜିଷ୍ଟେଟ୍ / ମ୍ୟୁନିସିପାଲିଟି କମିସନର କିମ୍ବା ସେମାନଙ୍କ ଦ୍ୱାରା ଅନୁମୋଦିତ ଅଧିକାରୀ) ଅନୁମତି ଦେଇପାରିବେ । ସୁଇମିଂ ପୁଲ ଖୋଲିବା ଏବଂ ଏହାର ବ୍ୟବହାର ଯୁବ ବ୍ୟାପାର ଏବଂ କ୍ରୀଡା ମନ୍ତ୍ରଣାଳୟ ଦ୍ୱାରା ଜାରି କରାଯାଇଥିବା ଏସଓପି ଅନୁଯାୟୀ ହେବ । ଅନ୍ତଃ-ରାଜ୍ୟ ଏବଂ ଆନ୍ତଃ-ରାଜ୍ୟ ଯାତାୟତ ଉପରୁ କଟକଣା ହଟାଯାଇଛି । ୬୫ ବର୍ଷରୁ ଅଧିକ, ଗର୍ଭବତୀ, ଅନ୍ୟ ଗମ୍ଭୀର ଶରୀରିକ ସମସ୍ୟାରେ ପୀଡିତ ଥିବା ବ୍ୟକ୍ତି ଓ ୧୦ ବର୍ଷରୁ କମ୍ ଶିଶୁଙ୍କୁ ସୁରକ୍ଷିତ ରହିବାକୁ ପରାମର୍ଶ ଦିଆଯାଇଛି ।