ଚିନ୍ତା ବଢାଉଛି ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ୪୭,୨୬୨ ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ ଚିନ୍ତା ବଢାଉଛି ଦୈନିକ ସଂକ୍ରମଣ। ୨୪ ଘଣ୍ଟାରେ ଆଉ ୪୭,୨୬୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ପଜିଟିଭ ସଂଖ୍ୟା ୧,୧୭,୩୪,୦୫୮କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୨୭୫ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧,୬୦,୪୪୧ରେ ପହଞ୍ଚିଛି। ଦିନକରେ ୨୩,୯୦୭ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୧,୧୨,୦୫,୧୬୦ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୩,୬୮,୪୫୭ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Leave A Reply

Your email address will not be published.

fifteen + 14 =