ଦେଶରେ ୪୨,୬୨୫ ସଂକ୍ରମିତ, ୫୬୨ ମୃତ୍ୟୁ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌?ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୦ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୫ ଶହରୁ ଅଧିକ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୨,୬୨୫ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୫୬୨ ମୃତ୍ୟୁ ରେକର୍ଡ କରାଯାଇଛି । ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌? ସଂକ୍ରମଣ ମାମଲା ୩,୧୭,୬୯,୧୩୨ ଓ ମୃତ୍ୟୁସଂଖ୍ୟା ୪,୨୫,୭୫୭ରେ ପହଞ୍ଚିଛି । ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୬,୬୬୮ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୦୯,୩୩,୦୨୨ରେ ପହଞ୍ଚିଛି । ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୪,୧୦,୩୫୩ । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୪୮,୫୨,୮୬,୫୭୦ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି । ଗତ ୨୪ଘଣ୍ଟା ମଧ୍ୟରେ ଦିଆଯାଇଛି ୬୨,୫୩,୭୪୧ ଡୋଜ୍ ଟିକା । ‘ଆଇସିଏମ୍‌ଆର’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଅଗଷ୍ଟ ୩ ତାରିଖ ସୁଦ୍ଧା ସମୁଦାୟ ୪୭,୩୧,୪୨,୩୦୭ ନମୁନା ପରୀକ୍ଷା ସରିଛି । ଗତକାଲି ପରୀକ୍ଷା ହୋଇଛି ୧୮,୪୭,୫୧୮ଟି ନମୁନା ।

Leave A Reply

Your email address will not be published.

18 + thirteen =