ବାତ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବାତ୍ୟା ୟାସ କ୍ଷତିଗ୍ରସ୍ତ ଅଞ୍ଚଳର କୃଷକ ମାନଙ୍କ ପାଇଁ ସହାୟତା ଘୋଷଣା କରିଛନ୍ତି । ୩୩% ବା ତାଠାରୁ ଅଧିକ ଫସଲ କ୍ଷତି ସହିଥିବା ଛୋଟ ଓ ନାମମାତ୍ର ଚାଷୀଙ୍କ ପାଇଁ ଇନପୁଟ ସହାୟତା ଘୋଷଣା କରିଥିବା ବେଳେ ୩୩% ବା ଅଧିକ କ୍ଷତି ସହିଥିବା ଛୋଟ ଓ ନାମମାତ୍ର ଚାଷୀଙ୍କ ସ୍ୱଳ୍ପ ମିଆଦୀଋଣ ମଧ୍ୟମ ମିଆଦୀ ଋଣକୁ ପରିବର୍ତ୍ତନ କରିଛନ୍ତି । କୃଷି ଯାନ୍ତ୍ରିକୀକରଣ ପାଇଁ କୋଡ଼ିଏ କୋଟି ଟଙ୍କାର ରିହାତି ସହାୟତା ଘୋଷଣା କରିଛନ୍ତି ।
୩୩ ପ୍ରତିଶତ ବା ଅଧିକ କ୍ଷତି ହୋଇଥିବା ଫସଲ ପାଇଁ ଅଣଜଳସେଚିତ ଅଞ୍ଚଳରେ ଛୋଟ ଓ ନାମମାତ୍ର ଚାଷୀ ଙ୍କୁ ହେକ୍ଟର ର ପିଚ୍ଛା ୬୮୦୦ ଟଙ୍କା ଇନ୍‌ପୁଟ ସବ୍‌ସିଡି ଘୋଷଣା କରିଥିଲା ବେଳେ ଜଳସେଚିତ ଅଞ୍ଚଳରେ ହେକ୍ଟର ପିଚ୍ଛା ୧୩,୫୦୦ ଟଙ୍କା, ସମସ୍ତ ପ୍ରକାର ସବୁଦିନିଆ ଫସଲ ପାଇଁ ହେକ୍ଟର ପିଚ୍ଛା ୧୮,୦୦୦ ଟଙ୍କା ଇନ୍‌ପୁଟ ସବ୍‌ସିଡି ଦିଆଯିବ । ସବୁଦିନିଆ ଫସଲ ପାଇଁ ଚାଷୀ ମାନଙ୍କୁ ସର୍ବନିମ୍ନ ୨୦୦୦ ଟଙ୍କା ଓ ଅନ୍ୟ ଫସଲ ପାଇଁ ସର୍ବନିମ୍ନ ୧୦୦୦ ଟଙ୍କା ଇନ୍‌ପୁଟ ସବ୍‌ସିଡି ମିଳିବ ।
ପ୍ରଭାବିତ ଜିଲ୍ଲାର ଚାଷୀମାନଙ୍କୁ ୨୦୨୧ ଖରିଫ ଋତୁ ପାଇଁ ବର୍ତ୍ତମାନ ଦିଆଯାଉଥିବା ରିହାତିର ଅଧିକ ୨୫ ପ୍ରତିଶତ ରିହାତି ସହିତ ଦେଢ ଲକ୍ଷ କ୍ୱିଣ୍ଟାଲ ଉନ୍ନତ ମାନର ପ୍ରାମାଣିକ ଧାନ ବିହନ ଯୋଗାଇ ଦିଆଯିବ । ଏହି ରିହାତି ସିଧାସଳଖ ଡେବିଟ୍ ଜରିଆରେ ଚାଷୀଙ୍କ ଆକାଉଣ୍ଟକୁ ଦିଆଯିବ ।
ଖରିଫ ଋତୁରେ ଅଧିକ ଅମଳ ପାଇଁ ଏକ ଲକ୍ଷ ଏକର ଜମି ପାଇଁ ଏକ ଲକ୍ଷ ଚାଷୀଙ୍କୁ ବିହନ ବିଶୋଧନ ପ୍ରଦର୍ଶନ କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ କରାଯିବ । ଖରିଫ ଋତୁରେ ଧାନ,ଝୋଟ ଓ ଡାଲିଜାତୀୟ ଫସଲ ପାଇଁ ପ୍ରଭାବିତ ଅଞ୍ଚଳରେ ୨୫ ହଜାର ଏକର ଜମିରେ ପ୍ରଦର୍ଶନ କାର୍ଯ୍ୟକ୍ରମ ଗ୍ରହଣ କରାଯିବ । ଧାଡି ବୁଣା ଓ ଧାଡି ରୁଆ ଆଦି ଉନ୍ନତ ଚାଷ ପ୍ରଣାଳୀ ଅବଲମ୍ବନ କରୁଥିବା ଚାଷୀ ମାନଙ୍କୁ ୩୬ ହଜାର ଏକର ଜମି ପାଇଁ ହେକ୍ଟର ପିଚ୍ଛା ୧୫୦୦ ଟଙ୍କା ପ୍ରୋତ୍ସାହନ ରାଶି ଦିଆଯିବ ।
୬୦,୦୦୦ ହେକ୍ଟର ଜମିରେ ରୋଗପୋକ ମାରିବା ପାଇଁ ଆବଶ୍ୟକତା ଭିତ୍ତିରେ ଇନ୍‌ପୁଟ ସବ୍‌ସିଡି ଚାଷୀ ମାନଙ୍କ ଆକାଉଣ୍ଟକୁ ଦିଆଯିବ । ଉନ୍ନତମାନର କୃଷି ଯନ୍ତ୍ରପାତି କିଣିବାପାଇଁ ପ୍ରଭାବିତ ଜିଲ୍ଲାରେ ଚାଷୀ ମାନଙ୍କୁ ୨୦ କୋଟି ଟଙ୍କାର ରିହାତି ଡିବିଟି ଜରିଆଇ ଦିଆଯିବ ।
ପ୍ରଭାବିତ ଅଞ୍ଚଳରେ ଚାଷୀ ମାନଙ୍କୁ ରିହାତି ଦରରେ ୨୦୦୦ ପମ୍ପସେଟ୍ ଓ ୩୦୦୦ ସ୍ପ୍ରେୟର ଯୋଗାଇ ଦିଆଯିବ । ପମ୍ପସେଟ୍ ପାଇଁ ୫୦ ପ୍ରତିଶତ ରିହାତିରେ ସର୍ବାଧିକ ୧୫,୦୦୦ ଟଙ୍କା, ପାୱାର ସ୍ପ୍ରେୟର ପାଇଁ ୫୦ ପ୍ରତିଶତ ରିହାତିରେ ସର୍ବାଧିକ ୩୮୦୦ ଟଙ୍କା ଓ ହାତରେ ଚାଲୁଥିବା ସ୍ପ୍ରେୟର ପାଇଁ ସର୍ବାଧିକ ୭୫୦ ଟଙ୍କା ରିହାତି ଦିଆଯିବ ।
ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ କେତେକ ସ୍ଥାନରେ ଜମିରେ ଲୁଣି ପାଣି ମାଡିଯାଇଥିବାରୁ ଚାଷୀମାନେ କ୍ଷତିଗ୍ରସ୍ତ ହୋଇଛନ୍ତି । ତେଣୁ ଏପରି ଜମିର ପୋଷକତତ୍ତ୍ୱର ପରିଚାଳନା ଓ ମାଟିର ମାନରେ ଉନ୍ନତି ପାଇଁ ହେକ୍ଟର ପିଚ୍ଛା ୭୫୦ ଟଙ୍କା ସହାୟତା ଦିଆଯିବ । ସମୁଦାୟ ୧୦ ହଜାର ହେକ୍ଟର ଜମି (ପୃଷ୍ଠା-୮)

Leave A Reply

Your email address will not be published.

5 × five =