ଭଦ୍ରକ- ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଯୋଗୁଁ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ପାଇ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ପ୍ରବାହିତ ଜଳକା ଓ ବୈତରଣୀ ନଦୀ ବିପଦ ସଂକେତ ଉପରେ ରହିଛି । ସମ୍ଭାବ୍ୟ ବନ୍ୟା ପାଇଁ ସମସ୍ତ ଜିଲ୍ଲାପାଳଙ୍କୁ ଆଲର୍ଟ କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀନ ଜେନା । ପ୍ରବଲ ବର୍ଷା ହେବା ଦ୍ୱାରା ପାଣି ଜମିବା, ଆକସ୍ମିକ ବନ୍ୟା ଏବଂ ଭୂସ୍ଖଳନ ନେଇ ଆଲର୍ଟ ଜାରି କରାଯାଇଛି । ଏନେଇ ବିଡିଓ, ତହସିଲଦାର, ଇଂଜିନିୟର, ଓଡ୍ରାଫ ଏବଂ ଅଗ୍ନିଶମ କର୍ମଚାରୀଙ୍କୁ ଆଲର୍ଟ ରହିବାକୁ କୁହାଯାଇଛି । ନଦୀ ବନ୍ଧ ପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେବା ପାଇଁ ମଧ୍ୟ ନିର୍ଦେଶ ଦିଆଯାଇଛି । ଅପରପକ୍ଷରେ ଲଗାଣ ବର୍ଷାରେ ମାଲକାନାଗିରି ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା । ଚାଷ ଜମିରେ ପାଣି ପଶିବା ସହ କଚା ଘର ସବୁ ଭାଙ୍ଗିପଡିଥିଲା, ଓ ବିଭିନ୍ନ କ୍ଷୟକ୍ଷତି ମଧ୍ୟ ହୋଇଛି ।