ଭୁବନେଶ୍ୱର-ରାଜ୍ୟରେ ବୋକାବୁ ହେବାରେ ଲାଗିଛି କରୋନା ସ୍ଥିତି । ଦୈନିକ ଯେଉଁ ହାରରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ସେହି ଅନୁପାତରେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି । ଆଜି ପୁଣି ୧୧ ଜଣଙ୍କ ଜୀବନ ନେଇଛି କରୋନା । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୩, ଗଞ୍ଜାମରୁ ୪ ଓ ପୁରୀ, କେନ୍ଦୁଝର, କନ୍ଧମାଳ ଓ ବଲାଙ୍ଗିରରୁ ଜଣେ ଲେଖାଏଁ ରହିଛି । ପୂର୍ବରୁ ଏମାନେ ବିଭିନ୍ନ ରୋଗରେ ଆକ୍ରାନ୍ତ ଥିଲେ । କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଏମାନଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୫୮୦କୁ ବୃଦ୍ଧି ପାଇଛି ।