ରାଜ୍ୟରେ ପୁଣି ୬୮ କରୋନା ଆକ୍ରାନ୍ତଙ୍କ ମୃତ

ଭୁବନେଶ୍ୱର: ମହାମାରୀ କରୋନାର ଦ୍ୱିତୀୟ ଲହର ସଂକ୍ରମଣ ରାଜ୍ୟରେ ଧିରେ ଧିରେ ହ୍ରାସ ପାଉଥିବା ବେଳେ ଗତ ୨ସପ୍ତାହ ଧରି ଦୈନିକ ମୃତ୍ୟୁ ସଂଖ୍ୟା ୬୦ ଉପରେ ରହିଛି । ଆଜି ଦିନକରେ ପୁଣି ରାଜ୍ୟରେ ୬୮ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିଲା ବେଳେ ୧୫୭୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କୁ ମଧ୍ୟରୁ ଖୋର୍ଦ୍ଧା ଜିଳ୍ଳାରୁ ୪୩୬ଜଣ ଅଛନ୍ତି । ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୯୦୨କୁ ବୃଦ୍ଧି ପାଇଛି । ଅନୁଗୁଳ ଜିଲ୍ଲାରୁ ଜିଲ୍ଲାରୁ ସର୍ବାଧିକ ୮ ଜଣ ରହିଛନ୍ତି । ସେହିପରି ଗଞ୍ଜାମ ଓ ଖୋର୍ଦ୍ଧା ଜିଲ୍ଲାରୁ ଜିଲ୍ଲାରୁ ୭ ଜଣ, ବାଲେଶ୍ୱର ଓ ପୁରୀ ଜିଲ୍ଲାରୁ ୫ ଜଣ, କଟକ ଓ ମୟୂରଭଞ୍ଜ ଜିଲ୍ଲାରୁ ୪ , ବରଗଡ଼, କେନ୍ଦ୍ରାପଡ଼ା, କେନ୍ଦୁଝର, ବଲାଙ୍ଗୀର ଓ ନୟାଗଡ଼ ଜିଲ୍ଲାରୁ ୩ ଜଣ , ଜଗତସିଂହପୁର, ଭଦ୍ରକ, କଳାହାଣ୍ଡି, ନବରଙ୍ଗପୁର ଓ ସମ୍ବଲପୁର ଜିଲ୍ଲାରୁ ୨ ଜଣ , ବୌଦ୍ଧ, ଯାଜପୁର ଓ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଥିବା ଜଣାଯାଇଛି । ଅନ୍ୟପକ୍ଷରେ ରାଜ୍ୟରେ ୧୫୭୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୯୧୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୬୬୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଅନ୍ୟପକ୍ଷରେ ଅନୁଗୁଳରୁ ୪୭ ଜଣ, ବାଲେଶ୍ୱରରୁ ୭୮ ଜଣ, ବରଗଡ଼ରୁ ୯ ଜଣ, ଭଦ୍ରକରୁ ୫୨ ଜଣ, ବଲାଙ୍ଗୀରରୁ ୮ ଜଣ, ବୌଦ୍ଧରୁ ୪, କଟକରୁ ୨୧୨ ଜଣ, ଦେବଗଡ଼ରୁ ୮ ଜଣ, ଢେଙ୍କାନାଳରୁ ୧୯ ଜଣ, ଗଜପତିରୁ ୧୪ ଜଣ, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରରୁ ୧୧୩ ଜଣ, ଯାଜପୁରରୁ ୭୭ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ୧ ଜଣ, କନ୍ଧମାଳରୁ ୧୭ ଜଣ, କେନ୍ଦ୍ରାପଡ଼ାରୁ ୫୧ ଜଣ, କେଉଁଝରରୁ ୧୭ ଜଣ, ଖୋର୍ଦ୍ଧାରୁ ୪୩୬ ଜଣ, କୋରାପୁଟରୁ ୧୪ ଜଣ, ମାଲକାନଗିରିରୁ ୧୧ ଜଣ, ମୟୁରଭଞ୍ଜରୁ ୪୧ ଜଣ, ନବରଙ୍ଗପୁରରୁ ୧୬ ଜଣ, ନୟାଗଡ଼ରୁ ୫୩ ଜଣ, ନୂଆପଡ଼ାରୁ ୨, ପୁରୀରୁ ୧୦୯ ଜଣ, ରାୟଗଡ଼ାରୁ ୧୪ ଜଣ, ସମ୍ୱଲପୁରରୁ ୧୮ ଜଣ, ସୋନପୁରରୁ ୧୨, ସୁନ୍ଦରଗଡ଼ରୁ ୨୯ ଓ ଷ୍ଟେଟ ପୁଲରୁ ୯୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯, ୭୭, ୨୬୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ୯, ୫୪, ୯୨୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୧୬, ୩୮୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।

Leave A Reply

Your email address will not be published.

3 × one =