ଭୁବନେଶ୍ୱର- ବଙ୍ଗୋପସାଗରେ ସୃଷ୍ଟ ଲଘୁଚାପ ଯୋଗୁଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷାର ପ୍ରକୋପ ଜାରି ରହିଛି । ଏହା ୨ ଦିନ ଧରି ଲାଗି ରହିବ । ଉତର ଓଡିଶା ଆଭ୍ୟନ୍ତରୀଣ ଅଂଚଳରେ ଆଗାମୀ ୨୪ ଘଂଟା ମଧ୍ୟରେ ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ୱର ଆଂଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ବରଗଡ, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ, ଝାରସୁଗୁଡା, କେନ୍ଦୁଝର, ଅନୁଗୁଳ, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ଜିଲ୍ଲାରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକାଳନ କରିଛି । ଜୁନ ୧ରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ୭୨୭.୩ ମିଲିମିଟିର ବର୍ଷା ହୋଇଛି । ଏହା ସ୍ୱାଭିକ ବର୍ଷାଠାରୁ ୭ ପ୍ରତିଶତ କମ୍ ।