ଭୁବନେଶ୍ୱର: ଗତ ୨୪ ଘଂଟା ଭିତରେ ରାଜ୍ୟରେ ୧୨,୫୨୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ସଙ୍ଗରୋଧରୁ ୭୦୧୨ ଚିହ୍ନଟ ହୋଇଥିବା ବେଳେ ୫୫୧୧ ଜଣ ହେଉଛନ୍ତି । ସ୍ଥାନୀୟ ଆକ୍ରାନ୍ତ ବୋଲି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି । ଗତ ୨୪ ଘଂଟାରେ ଓଡ଼ିଶାର ଖୋର୍ଦ୍ଧା ଜିଲ୍ଳାରୁ ସର୍ବାଧିକ ୧୮୪୨ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ କଟକ ଜିଲ୍ଲାରୁ ୧୦୮୪ ସଂକ୍ରମିତ ଚିହ୍ନଟ ହୋଇଥିବା ଜଣାଯାଇଛି । ଅପରାପକ୍ଷରେ ଅନୁଗୁଳରୁ ୯୩୦, ବରଗଡରୁ ୩୧୫, ଭଦ୍ରକରୁ ୧୭୭, ବାଲେଶ୍ୱରରୁ ୫୧୦, ବଲାଙ୍ଗୀରରୁ ୨୯୬, ବୌଦ୍ଧରୁ ୩୬୫, ଜଗତସିଂହପୁର ୩୨୫, ଯାଜପୁରରୁ ୪୧୯, ଝାରସୁଗୁଡ଼ାରୁ ୩୭୩, କଳାହାଣ୍ଡିରୁ ୪୯୧, କନ୍ଧମାଳରୁ ୧୦୦, କେନ୍ଦ୍ରାପଡ଼ାରୁ ୧୯୫ କେନ୍ଦୁଝରରୁ ୨୩୩, କୋରାପୁଟରୁ ୨୩୩, ମାଲକାନଗିରିରୁ ୭୩, ମୟୂରଭଞ୍ଜରୁ ୫୪୬, ରାୟଗଡ଼ାରୁ ୩୨୧, ସମ୍ବଲପୁରରୁ ୪୦୦, ସୋନପୁରରୁ ୨୦୨, ସୁନ୍ଦରଗଡ଼ରୁ ୭୧୫ଜଣ ଓ ଷ୍ଟେଟ୍ ପୁଲରୁ ୩୨୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୬ ଲକ୍ଷ ୬୮,୪୨୨ରେ ପହଂଚିଥିବା ବେଳେ ୫,୫୬,୫୦୧ ଜଣ ସୁସ୍ଥ ହୋଇ ସାରିଲେଣି । ରାଜ୍ୟରେ ଏବେ ୧ ଲକ୍ଷ ୯୪୩୮ ଜଣ ସକ୍ରିୟ ସଂକ୍ରମିତ ଥିବା ଜଣାଯାଇଛି । ରାଜ୍ୟରେ ଦୈନିକ କରୋନା ଜନିତ ମୃତ୍ୟୁ ସଂଖ୍ୟା ବୃଦ୍ଧିପାଇବା ସହ ଆଉ ୨୭ ଜଣ ଆଖି ବୁଜିଛନ୍ତି । ମୃତକଙ୍କ ମଧ୍ୟରେ କୋରାପୁଟ ଓ ଖୋର୍ଦ୍ଧାରୁ ୪ ଲେଖାଏଁ ନୂଆପଡା, ରାୟଗଡା ଓ ସୁନ୍ଦରଗଡରୁ ୩ ଜଣ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ବରଣ କରିଛନ୍ତି । କଳାହାଣ୍ଡିରୁ ୨, ବରଗଡ, ବଲାଙ୍ଗୀର, ବୌଦ୍ଧ, ଗଜପତି, ଝାରସୁଗୁଡା, ନବରଙ୍ଗପୁର, ପୁରୀ ଓ ସୋନପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।