ରାଜ୍ୟରେ ୨ହଜାର ଟପିଲା କରୋନା ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଦୈନଦିନ ମହାମାରୀ କରୋନା ଭୂତାଣୁର ସଂକ୍ରମଣ ୬ ହଜାର ଉପରେ ରହିଥିଲା ବେଳେ ଆଜି ଆଉ୧୦ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୦୭ରେ ପହଂଚିଯାଇଛି । ରାଜ୍ୟରେ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ ରହିଥିବା ବେଳେ ସୁନ୍ଦରଗଡରୁ ୩, ରାୟଗଡ଼ାରୁ ୨, ବୌଦ୍ଧରୁ ଜଣେ ଅନ୍ତଭୁକ୍ତ ଅଛନ୍ତି ।
ଅନ୍ୟପକ୍ଷରେ ପ୍ରାୟ ୬ ଦିନ ହେବ ୬ ହଜାର ଟ୍ରେଣ୍ଡରୁ ଖସୁନି ମହାମାରୀ । ଏହା ପ୍ଲାଟୋ ଫେଳ ବୋଲି ଡିଏମଇଟି ନିଦେ୍ର୍ଧଶ କହୁଥିବା ବେଳେ ଆଜିବି ଜାରି ରହିଛି ସମାନ ସ୍ଥିିତି । ଗତ ୨୪ ଘଂଟାରେ ରାଜ୍ୟରେ ୬,୦୭୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତକାଲିର ସଂଖ୍ୟାଠାରୁ ଆଜି ସାମାନ୍ୟ କମିଥିଲେ ମଧ୍ୟ ୬ ହଜାର ତଳକୁ ଖସୁନି ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଅପରପକ୍ଷେ, ଲଗାତାର କିଛି ଦିନ ଧରି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଗତକାଲି ଏହି ଜିଲ୍ଳାରୁ ୯୫୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଏହି ସଂଖ୍ୟା ହଜାରେ ଟପି ଯାଇଛି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୯୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗିର ଜିଲ୍ଲାରୁ ୪୫୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ନୂଆପଡାରୁ ୪୦୦, ସୁନ୍ଦରଗଡରୁ ୩୭୧, ଝାରସୁଗୁଡାରୁ ୩୫୯, ବରଗଡରୁ ୨୮୬, କଳାହାଣ୍ଡି ଜିଲ୍ଲାରୁ ୨୭୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କେନ୍ଦୁଝର ଜିଲ୍ଲାରୁ ୨୬୬, ଅନୁଗୁଳ ଜିଲ୍ଲାରୁ ୨୩୯, ପୁରୀରୁ ୨୬୬, ଗଞ୍ଜାମରୁ ୨୦୯, ନବରଙ୍ଗପୁରରୁ ୨୦୬, କଟକରୁ ୧୯୮, ସମ୍ବଲପୁରରୁ ୧୫୮, ମୟୂରଭଞ୍ଜରୁ ୧୪୯, ନୟାଗଡରୁ ୧୧୦, ଯାଜପୁରରୁ ୧୦୭, ରାୟଗଡ଼ାରୁ ୭୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୭୯, କୋରାପୁଟ ଜିଲ୍ଲାରୁ ୭୬, ସୁବର୍ଣ୍ଣପୁରରୁ ୭୪, ଷ୍ଟେଟପୁଲ ୨୧୩, ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୨୦ ହଜାର ୧୨୯କୁ ବୃଦ୍ଧି ପାଇଛି । ଆକ୍ଟିଭ ୫୦,୯୫୮ ଥିବା ବେଳେ ସୁସ୍ଥ ହେଲେଣି ୩ ଲକ୍ଷ ୬୭ ହଜାର ୧୧୧ । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Leave A Reply

Your email address will not be published.

3 × five =