ଭଚବନେଶ୍ୱର- ରାଜ୍ୟରେ ପୁଣି ୮ ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ମୃତକ ୮ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାର ୪, ଢେଙ୍କାନାଳ, ଖୋର୍ଦ୍ଧା ଓ ପୁରୀରୁ ଜଣେ ଲେଖାଏଁ ରହିଛନ୍ତି । ସେମାନେ ପୂର୍ବରୁ ବିଭିନ୍ନ ରୋଗରେ ଆକ୍ରାନ୍ତ ଥିବା ବେଳେ କରୋନାରେ ଏମାନଙ୍କର ମୃତ୍ୟୁ ହୋଇଛି । ଏଥିସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୩୮୦କୁ ବୃଦ୍ଧି ପାଇଛି ।