ଭୁବନେଶ୍ୱର : ଓଡ଼ିଶାରେ ଗତ ୨୪ ଘଣ୍ଟାରେ ରେକର୍ଡ ୨୯୯୫ ଟି ନୂଆ କରୋନା ସଂକ୍ରମଣ ମାମଲା ଚିହ୍ନଟ ହୋଇଛି । ଏଗୁଡ଼ିକ ମଧ୍ୟରୁ ୧୨୫୮ ଟି ସ୍ଥାନୀୟ ସଂକ୍ରମଣ ଥିବାବେଳେ ୧୭୩୭ ଟି ମାମଲା କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଛି । ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଜାରି ତଥ୍ୟ ଅନୁସାରେ ଚିହ୍ନଟ ହୋଇଥିବା ୨୯୯୫ ଟି ମାମଲା ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୫୬୮ ଟି ଓ କଟକ ଜିଲ୍ଲାରୁ ୧୬୬ ଟି ମାମଲା ରହିଛି ।