ଭୁବନେଶ୍ୱର: ମହାମାରୀ କରୋନା ଭୂତାଣୁ ସଂକ୍ରମଣର ଦ୍ୱିତୀୟ ଲହର୍ ରାଜ୍ୟରେ ଦିନକୁ ଦିନ ରେକର୍ଡ ଭାଙ୍ଗୁଥିବା ବେଳେ ଆଜି ଦିନକରେ ୩୧୪୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହପରି ଆଜି ଆଉ ୪ ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ମୃତକମାନଙ୍କ ମଧ୍ୟରେ କଳାହାଣ୍ଡି ଜିଲ୍ଲାର ଜଣେ ୬୦ ବର୍ଷୀୟା ମହିଳା ଥିବା ବେଳେ ସମ୍ବଲପୁରର ଜଣେ ୩୮, ଝାରସୁଗୁଡ଼ାର ଜଣେ ୫୦ ବର୍ଷିୟ ପୁରୁଷ ଓ ଜଣେ ବଲାଙ୍ଗୀର ଜିଲ୍ଲାର ୬୨ ବର୍ଷିୟ ପୁରୁଷ ଅଛନ୍ତି । ଫଳରେ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୧୯୩୭ରେ ପହଂଚିଛି ।
ସେହିପରି ଆଜି ରାଜ୍ୟରେ ଆକ୍ରନ୍ତ ହୋଇଥିବା ୩୧୪୪ ଜଣଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୮୨୩ ଓ ସ୍ଥାନୀୟ ଅଂଚଳରୁ ୧୩୨୧ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ । ସୁନ୍ଦରଗଡ଼ ଜିଲ୍ଲାରେ ସର୍ବାଧିକ ୫୨୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୪୯୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୁଳରେ ୪୯, ବାଲେଶ୍ୱରରେ ୨୮, ବରଗଡ଼ରେ ୧୫୬, ଭଦ୍ରକରେ ୫୧, ବଲାଙ୍ଗୀର ୯୨, ବୌଦ୍ଧରେ ୭, କଟକରେ ୧୪୦, ଦେବଗଡ଼ରେ ୨୧, ଢ଼େଙ୍କାନାଳରେ ୧, ଗଜପତିରେ ୬୭, ଗଞ୍ଜାମରେ ୪୪, ଜଗତସିଂହପୁରରେ ୧୮, ଯାଜପୁରରେ ୭୬, ଝାରସୁଗୁଡ଼ାରେ ୧୧୯, କଳାହାଣ୍ଡିରେ ୫୩, କନ୍ଧମାଳରେ ୧୩, କେନ୍ଦ୍ରାପଡ଼ାରେ ୧୫, କେନ୍ଦୁଝରରେ ୧୨୮, କୋରାପୁଟରେ ୧୮, ମାଲକାନଗିରିରେ ୪, ମୟୂରଭଞ୍ଜରେ ୬୮, ନବରଙ୍ଗପୁରରେ ୯୬, ନୟାଗଡ଼ରେ ୨୯, ନୂଆପଡ଼ାରେ ୩୯୫, ପୁରୀରେ ୧୨୯, ରାୟଗଡ଼ାରେ ୪୪, ସମ୍ବଲପୁରରେ ୧୪୯, ସୋନପୁର ୪, ଓ ଷ୍ଟେଟ୍ ପୁଲରୁ ୧୧୦ ଜଣ ସଂକ୍ରମିତ ହୋଇଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩,୬୪,୫୯୪ ଥିବା ବେଳେ ସୁସ୍ଥ ହେଲେଣି ୩,୪୩,୫୨୨ । ରାଜ୍ୟରେ ଏବେ ବି ୧୯୦୭୭ଟି ସକ୍ରିୟ ମାମଲା ରହିଛି ।