ଭୁବନେଶ୍ୱର: ମହାମାରୀ କରୋନାର ଦ୍ୱିତୀୟ ଲହର ରେ ଆଜି ପୁଣି ରାଜ୍ୟରେ ୬୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିଲା ବେଳେ ୧୦୩୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନ୍ୟପକ୍ଷରେ ରାଜ୍ୟରେ କରୋନା ମୃତ୍ୟୁ ୬ହଜାର ଅତିକ୍ରମ କରିଛି । ରାଜ୍ୟରେ ମୃତ୍ୟୁ ସଂଖ୍ୟା ୬୦୩୩କୁ ବୃଦ୍ଧି ପାଇଛି ।
ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨ ଜଣ ଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୧୧ ଜଣ, କଟକ ଜିଲ୍ଲାରେ ୧୦ ଜଣ, ପୁରୀ ଜିଲ୍ଲାରୁ ୬ ଓ ଢେଙ୍କାନାଳ ଜିଲ୍ଲାରୁ ୫ ଜଣ, ଗଞ୍ଜାମ ଓ ଜଗତସିଂହପୁର ଜିଲ୍ଲାରୁ ୪ ଜଣ ଲେଖାଏଁ , ଅନୁଗୁଳ ଓ ଭଦ୍ରକ ଜିଲ୍ଲାରୁ ୩ ଜଣ ଲେଖାଏଁ, ବାଲେଶ୍ୱର, ଝାରସୁଗୁଡ଼ା ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁ , ବରଗଡ଼, ଯାଜପୁର ଓ କେନ୍ଦୁଝର ଜିଲ୍ଲାରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।
ରାଜ୍ୟରେ ଆଜି ନୂତନ ଆକାନ୍ତଙ୍କ ମଧ୍ୟରୁ ୫୯୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୪୩୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୪୮ ଜଣ, ବାଲେଶ୍ୱରରୁ ୩୬ ଜଣ, ବରଗଡ଼ରୁ ୮ ଜଣ, ଭଦ୍ରକରୁ ୪୭ ଜଣ, ବଲାଙ୍ଗୀରରୁ ୪ ଜଣ, ବୌଦ୍ଧରୁ ୨, କଟକରୁ ୧୫୪ ଜଣ, ଦେବଗଡ଼ରୁ ୮ ଜଣ, ଢେଙ୍କାନାଳରୁ ୨୫ ଜଣ, ଗଜପତିରୁ ୬ ଜଣ, ଗଞ୍ଜାମରୁ ୮ ଜଣ, ଜଗତସିଂହପୁରରୁ ୮୨ ଜଣ, ଯାଜପୁରରୁ ୪୩ ଜଣ, ଝାରସୁଗୁଡ଼ାରୁ ୩ ଜଣ, କଳାହାଣ୍ଡିରୁ ୬ ଜଣ, କନ୍ଧମାଳରୁ ୧୦ ଜଣ, କେନ୍ଦ୍ରାପଡ଼ାରୁ ୧୮ ଜଣ, କେଉଁଝରରୁ ୨୩ ଜଣ, ଖୋର୍ଦ୍ଧାରୁ ୨୩୭ ଜଣ, କୋରାପୁଟରୁ ୯ ଜଣ, ମାଲକାନଗିରିରୁ ୬ ଜଣ, ମୟୁରଭଞ୍ଜରୁ ୨୦ ଜଣ, ନବରଙ୍ଗପୁରରୁ ୬ ଜଣ, ନୟାଗଡ଼ରୁ ୩୦ ଜଣ, ନୂଆପଡ଼ାରୁ ୧, ପୁରୀରୁ ୮୨ ଜଣ, ରାୟଗଡ଼ାରୁ ୮ ଜଣ, (ପୃଷ୍ଠା-୮)