ନୂଆଦିଲ୍ଲୀ- ରାଜ୍ୟସଭାର ୮୩ ସରାକରୀ ଅଧିକାରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟସଭା ଅଧ୍ୟକ୍ଷ ତଥା ଉପରାଷ୍ଟ୍ରପତି ଏମ ଭେଙ୍କୟା ନାଇଡୁ ସୂଚନା ଦେଇଛନ୍ତି । ତେଣୁ ସମସ୍ତ ଆକ୍ରାନ୍ତଙ୍କୁ ଚିକିତ୍ସା ସହାୟତା ପ୍ରଦାନ କରିବାକୁ ଅଧିକାରୀଙ୍କୁ ନିର୍ଦେଶ ଦେଇଛନ୍ତି ଉପରାଷ୍ଟ୍ରପତି । କେବଳ ୮୩ ଅଧିକାରୀ କାହିଁକି କିଛି ମନ୍ତ୍ରୀ ମଧ୍ୟ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି । ତେଣୁ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଯୋଗୁଁ ଧାର୍ଯ୍ୟ ସମୟ ପୂର୍ବରୁ ଗୃହକୁ ଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସ୍ଥଗିତ ରକ୍ଷାଯାଇଛି ।