ଲକ୍ଷ୍ମୀ ବସ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ମାଲକାନଗିରି : ମାଲକାନଗିରିରୁ ଆରମ୍ଭ ହେଲା ଲକ୍ଷ୍ମୀ ବସ୍ ଯୋଜନା ଚାଲିଲା ୩୬ଟି ବସ୍, ଜିଲ୍ଲାର ୧୧୧ଟି ପଞ୍ଚାୟତକୁ ଯୋଡିବ ଲକ୍ଷ୍ମୀ, ପ୍ରଥମ କରି ମାଲକାନଗିରିରେ ୮୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ। ସାରା ରାଜ୍ୟରେ ଚାଲିବ ୧୦୦୦ରୁ ଅଧିକ ବସ୍। ଲକ୍ଷ୍ମୀ ଯୋଜନା ସମସ୍ତଙ୍କୁ ବିକାଶ ସହିତ ଯୋଡିବ। ପରିବହନ ବ୍ୟବସ୍ଥାରେ ରୂପାନ୍ତର ଆଣିବ। ଅର୍ଥନୀତିକୁ ଆହୁରି ମଜବୁତ କରିବ, ଗାଁ ଗାଁରେ ଆଣିବ ସମୃଦ୍ଧି। ନିଜେ ୧୦ ଟଙ୍କା ଦେଇ ପ୍ରଥମ ଟିକେଟ୍ କିଣି ବସ୍ ଯାତ୍ରା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବସ୍‌ରେ ବସି ୫ କିଲୋମିଟର ଯାତ୍ରା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମା’ ମାନଙ୍କ ପାଇଁ BSKYରେ ୧୦ ଲକ୍ଷ ଟଙ୍କାର ବ୍ୟବସ୍ଥାର ଶୁଭାରମ୍ଭ ମାଲକାନଗିରି ରୁ ହିଁ କରିଥିବା ବେଳେ,ପୁଣି ଲକ୍ଷ୍ମୀ ଯୋଜନାର ସଂପର୍କ ମଧ୍ୟ ମାଲକାନଗିରିରୁ ହିଁ ଆରମ୍ଭ କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ମାଲକାନଗିରି ସହ ନବରଙ୍ଗପୁର, କୋରାପୁଟ, ରାୟଗଡା, ଗଜପତି ଓ କନ୍ଧମାଳରେ ଲକ୍ଷ୍ମୀ ଯୋଜନାରେ ବସ ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ। କାର୍ଯ୍ୟକ୍ରମରେ ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝୀ ସ୍ୱାଗତ ଭାଷଣ ଦେଇଥିଲେ। ଅନ୍ୟତମ ଅତିଥି ଭାବେ ଯୋଗ ଦେଇ ରାଜ୍ୟ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ ମଧ୍ୟ ରହିଥିଲେ। ଏହି କାର୍ଯ୍ୟକ୍ରମରେ ହଜାର ହଜାର ସଂଖ୍ୟାରେ ଗ୍ରାମାଞ୍ଚଳରୁ ମହିଳା ପୁରୁଷ ଯୋଗଦେଇଥିଲେ।

Leave A Reply

Your email address will not be published.

7 + 17 =