ଲଘୁଚାପ ଘନୀଭୂତ: ତୁହାକୁ ତୁହା ବର୍ଷା, ଜୀବନଯାତ୍ରା ବିପର୍ଯ୍ୟସ୍ତ

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି କ୍ରମଶଃ ଘନିଭୂତ ହେବାଯୋଗୁଁ ଏହାର ପ୍ରଭାବରେ ରାଜ୍ୟର ଉପକୂବର୍ତୀ ଅଞ୍ଚଳରେ ଆଭ୍ୟନ୍ତରିଣ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ସାଧାରଣ ଜୀବନ ଯାତ୍ରା ବ୍ୟାହାତ ହୋଇଛି । ବହୁ ଖାଲୁଆ ଅଞ୍ଚଳର ଜଳାର୍ଣ୍ଣବ ହୋଇଯାଇଛି । ଆସନ୍ତା ୨ଦିନ ପର୍ଯ୍ୟନ୍ତ ରାଜ୍ୟର ବର୍ଷାର ପ୍ରକୋପ ଜାହରୀ ରହିବ । ଏବଂ କେତେକ ସ୍ଥାନରେ ପ୍ରବଳରୁ ପ୍ରବଳ ବର୍ଷା ହେବ ବୋଲି ସ୍ଥାନୀୟ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି । ଜୁଲାଇ ୨୭ ତାରିଖ ଯାଏ ପାଣିପାଗ ବିଭାଗ ପକ୍ଷରୁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।
ଏହି ବର୍ଷା ଖରିଫ ଫସଲ ପାଇଁ ଅଧିକ ସହାୟକ ହେବ ବୋଲି ଆଶା କରାଯାଉଛି । ବିଶେଷକରି ନିଅଣ୍ଟିଆ ବର୍ଷା ଯୋଗୁଁ ମରୁଡ଼ି ପରିସ୍ଥିତି ସୃଷ୍ଟି ହୋଇଥିବା ରାଜ୍ୟର ୧୯ ଜିଲ୍ଲା ମଧ୍ୟରୁ ବେଶ୍ କିଛି ଜିଲ୍ଲାରେ ଏହି ଲଘୁଚାପ ବର୍ଷା ଚାଷୀକୁଳ ପାଇଁ ଆଶୀର୍ବାଦ ସାବ୍ୟସ୍ତ ହେବାର ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ଲଘୁଚାପ ପ୍ରଭାବରୁ ଶୁକ୍ରବାର ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗୀର ଓ ଦେବଗଡ଼ ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିଭଳି କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, କଳାହାଣ୍ଡି, ସୋନପୁର, ବୌଦ୍ଧ, ଅନୁଗୁଳ, କଟକ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଆଦି ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବ । ୨୪ ତାରିଖ ଦିନ ସୁନ୍ଦରଗଡ଼, କେନ୍ଦୁଝର, ମାଲକାନଗିରି, କୋରାପୁଟ, ବରଗଡ଼ ଓ ଝାରସୁଗୁଡ଼ାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ୨୫ ତାରିଖ ଦିନ ମୟୂରଭଞ୍ଜ ଓ କେନ୍ଦୁଝର ଏବଂ ୨୬ ତାରିଖ ଦିନ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ମାଲକାନଗିରି ଓ କୋରାପୁଟ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି । ଏଣୁ ଆସନ୍ତା ୪ ଦିନ ପାଇଁ ଏସବୁ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଉଲ୍ଲେଖଯୋଗ୍ୟ ଯେ ୧ ଜୁନରୁ ୨୨ ଜୁଲାଇ ଯାଏ ଓଡ଼ିଶାରେ ୩୪୬.୩ମିମି ବର୍ଷା ରେକର୍ଡ ହୋଇଛି । ଏହି ସମୟ ମଧ୍ୟରେ ସ୍ୱାଭାବିକ ଭାବେ ୪୫୮.୬ ମିମି ବର୍ଷା ହୋଇଥାଏ । ଅର୍ଥାତ ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ମୌସୁମୀ ବର୍ଷା ସ୍ୱାଭାବିକଠାରୁ ୨୪% କମ୍ ରହିଛି । ୧୧ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଥିବା ବେଳେ ୧୯ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଯାଇଛି ।

Leave A Reply

Your email address will not be published.

two + sixteen =