ସକ୍ରିୟ ହେଉଛି ଲଘୁଚାପ: ୧୧ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ


ଭୁବନେଶ୍ୱର- ଉତର ବଙ୍ଗୋପ ସାଗରରେ ସୃଷ୍ଟ ଲଘୁଚାପ ଯୋଗୁଁ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ୧୧ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ ଏବଂ ଦେବଗଡ । ସେହିପରି ପୁରୀ, ଖୋର୍ଦ୍ଧା, ସୁନ୍ଦରଗଡ, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର ଓ କନ୍ଧମାଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ବର୍ଷାର ପରିମାଣ ବଢିବା ଆଶଙ୍କା କରାଯାଉଥିବାରୁ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ କୁହାଯାଇଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ । ତେଣୁ ମତ୍ସଜୀବିଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ବାରଣ କରାଯାଇଛି ।

Leave A Reply

Your email address will not be published.

nine − 5 =